ନିଜର ୧୩ ମାସର ଶିଶୁ କନ୍ୟା ଉପରେ କାର୍‌ ଚଢାଇଦେଲେ ମହିଳା

ଓ୍ବାଶିଂଟନ୍‌,୧୨।୭: ଆମେରିକାରେ ଏକ ଦଃଖଦ ଘଟଣା ଘଟିଛି। ଜଣେ ମହିଳା ନିଜର ୧୩ ମାସର ଶିଶୁ କନ୍ୟା ଉପରେ ଅଜାଣତରେ କାର ଚଢାଇଦେଇଛନ୍ତି। ଫଳରେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ଘଟିଥିବା ଜଣାପଡିଛି। ଏହି ଘଟଣା ଆମେରିକାର ଆରିଜୋନା ରାଜ୍ୟର।

ରିପୋର୍ଟ ଅନୁଯାୟୀ, ଜୁଲାଇ ୬ରେ ଜଣେ ମହିଳା ୟାଭପାଇ କାଉଣ୍ଟି ଶରିଫ ପୋଲିସକୁ ଫୋନ କରିଥିଲେ। ଫୋନରେ ମହିଳା ଜଣଙ୍କ ପୋଲିସକୁ ସୂଚନା ଦେଇ କହିଥିଲେ ଯେ, ସେ ତାଙ୍କ ୧୩ ମାସ ଝିଅଉପରେ କାର୍‌ ଚଢାଇ ଦେଇଛନ୍ତି। ହେଲେ ସେ ଅଜ୍ଞାତରେ ଏଭଳି କରିଥିବା ସ୍ବୀକାର କରିଥିଲେ।

ପୋଲିସ କହିଛି ଯେ, ଜାଫାରିଆ ଥର୍ନବର୍ଗ ନାମକ ଜଣେ ମହିଳା ତାଙ୍କ ଘର ବାହାରେ କାର ପାର୍କିଂ କରୁଥିଲେ। ସେହି ସମୟରେ ତାଙ୍କ ଝିଅ ଖେଳୁଥିବା ସମୟରେ କାର୍‌ ନିକଟରେ ପହଞ୍ଚିଯାଇଥିଲା। ଯାହା ଫଳରେ ଅଜାଣତରେ କାର୍‌ଟି ଶିଶୁ ଉପରେ ଚଢିଯାଇଥିଲା। ପରେ ଶିଶୁଟିକୁ ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେତେବେଳକୁ ବହୁତ ଡେରି ହୋଇଯାଇଥିଲା। ହସ୍ପିଟାଲରେ ପହଞ୍ଚିବା ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri