ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର: ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କୋରାପୁଟ,୧୨ା୭(ଅସମାପିକା ସାହୁ/ଅମିତାଭ ବେହେରା): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡ଼ିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଫେବୃୟାରୀ ୩ ତାରିଖରେ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ। ମନ୍ଦିରର ସେବାୟତ, କମିଟିର ସଦସ୍ୟଗଣ, ଜନପ୍ରତିନିଧି ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରି ମନ୍ଦିରର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ଏକ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରଦାନ କରିବାକୁ ଜିଲାପାଳଙ୍କୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ୫-ଟି ଉପକ୍ରମରେ ଏହି ବିକାଶ କାମ ହାତକୁ ନିଆଯିବ।

ଏହି ପ୍ରକଳ୍ପରେ ମନ୍ଦିରର ମୁଖ୍ୟରାସ୍ତାର ଉନ୍ନତିକରଣ ଓ ଆଲୋକୀକରଣ, ପାଦଚଲା ରାସ୍ତାରେ ଖଣ୍ଡାଲାଇଟ୍ସ ପଥର ବିଛାଇବା, ମନ୍ଦିର ପ୍ରବେଶ ଦ୍ୱାରର ସୌନ୍ଦର୍ଯ୍ୟକରଣ, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ସାବରୀ ନଦୀ କୂଳର ସୌନ୍ଦର୍ଯ୍ୟକରଣ, ଉଠା ଦୋକାନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ, ଭୂସ୍ଖଳନ ନିରୋଧ ଓ ପାହାଡ଼ ସୁରକ୍ଷା ପାଇଁ ବ୍ୟବସ୍ଥା ସହିତ ବୃକ୍ଷରୋପଣ ମଧ୍ୟ କରାଯିବ। ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ୫-ଟି ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri