ଚାଷଜମିରେ କୋମଳମତି ଶିଶୁ

ମାଲକାନଗିରି,୧୪ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଗ୍ରୀଷ୍ମ ଅବକାଶ ପରେ ବିଦ୍ୟାଳୟଗୁଡ଼ିକ ଖୋଲିଛି। ତେବେ ପାଠପଢା କ୍ଷେତ୍ରରେ ଶିଶୁମାନଙ୍କ ମଧ୍ୟରେ ସେପରି ଅଗ୍ରଗତି ଦେଖିବାକୁ ମିଳିନାହିଁ। ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କୁ ଶିକ୍ଷାଦାନ ଲାଗି ବିଶେଷ ଗୁରୁତ୍ୱ ଦେବାକୁ ଜିଲା ଶିକ୍ଷା ଅଧିକାରୀ ମାନସ ଜେନା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏହା କାର୍ଯ୍ୟକାରୀ ହେଉନାହିଁ। ଚାଷ କାର୍ଯ୍ୟରେ ଶିଶୁମାନେ ନିୟୋଜିତ ହେଉଥିବା ଦେଖିବାକୁ ମିଳୁଛି। ମାଲକାନଗିରି ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ ରିଜାରଗୁଡା ଗ୍ରାମରେ ଶିଶୁମାନେ ପାଠ ବଦଳରେ ଚାଷ କାର୍ଯ୍ୟ କରୁଛନ୍ତି। ସେମାନେ ମହୁଲ ସଂଗ୍ରହ, ବନଜାତ ସାମଗ୍ରୀ ସଂଗ୍ରହରେ ସମୟ ନଷ୍ଟ କରୁଛନ୍ତି। ପିଲାମାନଙ୍କ ନାମ ବିଦ୍ୟାଳୟରେ କେବଳ ନାମକୁ ମାତ୍ର ରହିଛି। ଏ ଦିଗରେ ଶିକ୍ଷୟିତ୍ରୀ ଶିକ୍ଷକମାନେ ସେମାନଙ୍କ ଅଭିଭାବକଙ୍କୁ ସଚେନତ କରୁନାହାନ୍ତି। ଅନେକ ଆଭ୍ୟନ୍ତରୀଣ ଅଞ୍ଚଳରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟରେ ଅନୁପସ୍ଥିତ ରହୁଥିଲେ ସୁଦ୍ଧା ବିଦ୍ୟାଳୟରେ ସେମାନେ ସବୁଦିନ ଉପସ୍ଥିତ ରହୁଥିବା ଦର୍ଶାଯାଉଛି। ସେମାନଙ୍କ ଉପସ୍ଥାନ ଦେଖାଇ ମଧ୍ୟାହ୍ନଭୋଜନ, ବିଦ୍ୟାଳୟ ପୋଷାକ, ସେମାନଙ୍କ ଷ୍ଟାଇପେଣ୍ଡ ଅର୍ଥ ଓ ପାଠ୍ୟୋପକରଣ ହଡ଼ପ କରାଯାଉଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ଜେନାଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଏହାର ତଦନ୍ତ କରାଯିବ ବୋଲି କହିଥିଲେ। ତେବେ କେବଳ ତଦନ୍ତରେ ସୀମିତ ନ ରଖି ସମ୍ପୃକ୍ତ ଅଞ୍ଚଳର ଆର୍‌ସିସି ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri