ଭୁବନେଶ୍ୱର,୧୯।୭: ଓଡ଼ିଶା ସରକାର ଓ ଟାଟା ପାୱାରର ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଖୋର୍ଦ୍ଧାର ବାଘମାରୀଠାରେ ଫିଡର୍ ଓ ନେଟ୍ୱର୍କ ଭିତ୍ତିଭୂମିର ଉନ୍ନତୀକରଣ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଗ୍ରହଣ କରାଯାଇଛି। ଏହି ପ୍ରକଳ୍ପର ଉଦ୍ଦେଶ୍ୟ ହେଉଛି ସମ୍ପୃକ୍ତ ଅଞ୍ଚଳର ବାସିନ୍ଦାଙ୍କ ପାଇଁ ଭରସାଯୋଗ୍ୟ ଓ ପ୍ରଭାବୀ ବିଦ୍ୟୁତ ଯୋଗାଣରେ ଉନ୍ନତି ଆଣିବା। ସେହିଭଳି ଟିପିସିଓଡିଏଲ୍ ପକ୍ଷରୁ କଟକ ଜିଲାର ବାଙ୍କି ଅଧୀନରେ ଥିବା ହରିରାଜପୁର ନୂଆ ସାହିରେ ନେଟ୍ୱର୍କର ସୁଦୃଢ଼ୀକରଣ କରାଯାଇଛି, ଯାହା ପ୍ରାୟ ୩୦୦ମିଟର ଦୂରତା ଅତିକ୍ରମ ସହ ଉକ୍ତ ରୁଟ୍ରେ ୩ଟି ନୂଆ ଏଲ୍ଟି ଇଣ୍ଟରପୋଜିଂ ବିଦ୍ୟୁତ ଖୁଣ୍ଟ ସ୍ଥାପନ କରାଯାଇଛି। ସେହିପରି ବିଦ୍ୟୁତ ବଣ୍ଟନରେ ଉନ୍ନତି ଆଣିବା ପାଇଁ ଟିପିସିଓଡିଏଲ୍ ପକ୍ଷରୁ ୩୫ବର୍ଗ ମିମି ଏଲ୍ଟି ଏବିସିକୁ ୩ଫେଜ୍ ୫୦ବର୍ଗ ମିମି ଏଲ୍ଟି ଏବିସିକୁ ଅପ୍ଗ୍ରେଡ୍ କରାଯାଇଛି। ଏହି ଉନ୍ନତୀକରଣ କାର୍ଯ୍ୟ ଦ୍ୱାରା ଉତ୍ତମ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ ହୋଇପାରିବ ଏବଂ ଏହା ବାଘମାରୀ ଗ୍ରାମବାସୀଙ୍କ ଲୋ ଭୋଲ୍ଟେଜ୍ ସମସ୍ୟାକୁ ଦୂର କରିବ। ଏଲ୍ଟି ତାର ଲଗାଇବା କାର୍ଯ୍ୟ ଗତ ସପ୍ତାହରେ ଶେଷ ହୋଇଥିଲା। ଅପରପକ୍ଷରେ ବିଦ୍ୟୁତ ଭିତ୍ତିିଭୂମିର ଉନ୍ନତି ଆଣିବା ଏବଂ ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଲାଗି ଟିପିସିଓଡିଏଲ୍ ପ୍ରତିବଦ୍ଧ ରହିଥିବା ବେଳେ କମ୍ପାନୀ ପକ୍ଷରୁ ଏହାର ବଣ୍ଟନ ଅଞ୍ଚଳରେ ଭିତ୍ତିଭୂମି ସୁଦୃଢ଼ୀକରଣ ପାଇଁ ବିଭିନ୍ନ ଅଭିଯାନ ଓ ପ୍ରଯୁକ୍ତି ନବସୃଜନ ପଦକ୍ଷେପ ଗ୍ରହଣ କରାଯାଉଛି।
୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି
ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...
ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...
ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?
ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...
ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ
ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
ଫସିଗଲେ କପିଲ ଶର୍ମା: ମାମଲା ରୁଜୁ
ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...
Archives


