ଓଡ଼ିଶାର ୧୯ ଜିଲାକୁ ‘ଭୂମି ସମ୍ମାନ’

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର): ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡସ ମଡର୍ନାଇଜେଶନ ପ୍ରୋଗ୍ରାମ (ଡିଆଇଏଲ୍‌ଆର୍‌ଏମ୍‌ପି)ର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପ୍ରଦାନ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର ଦିଆଯାଇଛି। ଦେଶର ସମୁଦାୟ ୭୬୬ଜିଲାରୁ ୬୮ଟିକୁ ଡିଆଇଏଲ୍‌ଆର୍‌ଏମ୍‌ପି ଅନ୍ତର୍ଗତ ୬ଟି ବର୍ଗରେ ପ୍ଲାଟିନମ୍‌ ପୁରସ୍କାର ମିଳିଛି। ସେଥିଧ୍ୟରୁ ଓଡ଼ିଶାର ୧୯ ଜିଲା ଏହି ପୁରସ୍କାର ପାଇବା ସମଗ୍ର ରାଜ୍ୟବାସୀଙ୍କ ପାଇଁ ଗୌରବର ବିଷୟ ହୋଇଛି। ସେହି ଜିଲାଗୁଡ଼ିକ ହେଉଛି ଅନୁଗୋଳ, ବୌଦ୍ଧ, ବରଗଡ଼, ଭଦ୍ରକ, ଦେଓଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର। ରାଷ୍ଟ୍ରପତି ଏହି ଜିଲାଗୁଡ଼ିକର ଜିଲାପାଳ ବା ଅତିରିକ୍ତ ଜିଲାପାଳମାନଙ୍କୁ ‘ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌ଦର୍ଶନରେ ୫-ଟି କାର୍ଯ୍ୟାନ୍ବୟନ ତଥା ମୋ ସରକାର ନିୟମାବଳୀ ମାଧ୍ୟମରେ ଜମିଜମା ରେକର୍ଡ ଏବଂ ଜନସେବାକୁ ଡିଜିଟାଇଜେଶନ୍‌ କରିବାରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ରାଜସ୍ବ କାର୍ଯ୍ୟାଳୟଗୁଡ଼ିକରେ ନାଗରିକଙ୍କ ବ୍ୟକ୍ତିଗତ ଉପସ୍ଥିତିକୁ ଯଥାସମ୍ଭବ କମାଇବା ସହ ମଧ୍ୟସ୍ଥମାନଙ୍କ ଭୂମିକାକୁ ନୂ୍ୟନ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଭାଗ ଦ୍ୱାରା ନାଗରିକଙ୍କୁ ଯୋଗାଇ ଦିଆଯାଉଥିବା ୩୪ଟି ପ୍ରମୁଖ ସେବାକୁ ଅନ୍‌ଲାଇନ୍‌ କରାଯିବା ଦ୍ୱାରା ଲୋକମାନେ ଅନ୍‌ଲାଇନ ମାଧ୍ୟମରେ ଆବେଦନ ଏବଂ ସ୍ଥିତି ଜାଣିପାରୁଛନ୍ତି। ଭର୍ଚୁଆଲ୍‌ କୋର୍ଟ ମାଧ୍ୟମରେ ୧୩ ହଜାରରୁ ଊର୍ଦ୍ଧ୍ୱ ମାମଲାର ଫଇସଲା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri