Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ
ବହୁଦିନରୁ ଚିନ୍ତାକରିପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳିଯାଇପାରେ। ଅଭାବ ନ ଥିଲେ ମଧ୍ୟ କେତେକ ଘଟଣା ଅଶ୍ୱିନୀର ମନକୁ ଅଶାନ୍ତ ରଖିପାରେ।
ବୃଷ
ବୃଷ
ସତ କହିବା କାରଣରୁ ନିଜ ଲୋକମାନେ ଦୂରେଇ ଯାଉଥିବା ଲକ୍ଷ୍ୟକରିବେ। ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି। ସଭାସମିତ, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା, କ୍ଷେତ୍ରରୁ ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ର ପାରିବାରିକ ସଦ୍‌ଭାବ ବୃଦ୍ଧିପାଇବାରୁ ଖୁସି ହେବେ।
ମିଥୁନ
ମିଥୁନ
ଜଣେ ବନ୍ଧୁଙ୍କଠାରୁ ହାତ ଉଧାରି ଟଙ୍କା ଆଣି ଆବଶ୍ୟକତା ପୂରଣ କରିବେ। ପଡ଼ୋଶୀ କେହି ପ୍ରତିବାଦକଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ସପକ୍ଷରେ ମତ ଦେଇପାରନ୍ତି। ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ମୃଗଶିରା ନକ୍ଷତ୍ର ଛୋଟ ଘଟଣାକୁ ଗୁରୁତର ମନେକରି ଭାବପ୍ରବଣ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ ସାଧାରଣ ଯୁକ୍ତତର୍କ ବିବାଦର ରୂପ ଗ୍ରହଣ କରିବ। ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ। ଅଶ୍ଳେଷା ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ସି˚ହ
ସି˚ହ
ଉତ୍ତରାଫାଲ୍‌ଗୁନୀ ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ। କାମ ସବୁ ବହୁ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ। ପରିସ୍ଥିତିବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କନ୍ୟା
ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ନିଜକୁ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ଅସାବଧାନତାରୁ ଦ୍ରବ୍ୟନଷ୍ଟ କିମ୍ବା ଧନ ହାନି କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି। ହସ୍ତା ନକ୍ଷତ୍ର ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ମନରେ ଦୁର୍ଭାବନା ବଢ଼ିଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହିପାରବ ନାହିଁ। ଫେରନ୍ତା ବାଟରୁ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ। ବ୍ୟବସାୟରେ ବିଶେଷ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ପ୍ରାୟତଃ ନାହିଁ କହିଲେ ଚଳେ। ସ୍ବାତୀ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ।
ବିଛା
ବିଛା
ଆଜି ପୂର୍ବ ସମସ୍ୟାର ଯଥାବିଧି ସମାଧାନ ପାଇଁ ତପତ୍ରତା ପ୍ରକାଶ କରିପାରିଲେ ସଫଳତା ପାଇବେ। ପରିବାର ଭିତରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସମ୍ପର୍କୀୟ ମିଛ ସ୍ନେହ, ଶ୍ରଦ୍ଧା ଦେଖାଇ ଭିତରେ ଚେର କାଟିପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ରର ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧିପାଇବ।
ଧନୁ
ଧନୁ
ପରିକଳ୍ପିତ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିବେ। ଉତ୍ତରାଷାଢ଼ା ନକ୍ଷତ୍ରର ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକ ସାଜିପାରେ। ପ୍ରତ୍ୟେକ କଥାକୁ ସହଜ, ସରଳ ଢଙ୍ଗରେ ଗ୍ରହଣକଲେ କ୍ଷତିରେ ପଡ଼ିପାରନ୍ତି। ବ୍ୟବସାୟିକ ସଫଳତା ଓ ରାଜନୈତିକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ।
ମକର
ମକର
ଅନ୍ୟର ମନ ଅନୁଯାୟୀ କାମ କରି କର୍ମକ୍ଷେତ୍ରରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଧନିଷ୍ଠା ନକ୍ଷତ୍ରର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢ଼ାଇବାର ସମ୍ଭାବନା ରହିଛି। ନିର୍ମାଣ, ମରାମତି କାମ ଓ ପ୍ରତିଟି ପଦକ୍ଷେପରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଭୁଲ୍‌ ବୁଝାମଣା ବୃଥା ସନ୍ଦେହଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଯାହା ଖୋଜୁଛନ୍ତି ତାହା ଆଜି ପାଇବେ ଏବଂ ପ୍ରତିବେଶୀଙ୍କ ସାହାଯ୍ୟ ଓ ସହଯୋଗରୁ ଉପକୃତ ହେବେ। ପୂର୍ବଭାଦ୍ରବ ନକ୍ଷତ୍ରର ଗୋପନୀୟ କଥା ପ୍ରଘଟ ହେବା କାରଣରୁ ଚିନ୍ତିତ ରହିବେ। ଭ୍ରମଣ, ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ଭଲ।
ମୀନମୀନ

କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତି ଓ ଅବହେଳା ଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ଉତ୍ତରଭାଦ୍ରପବ ନକ୍ଷତ୍ର ପାରିବାରିକ ବ୍ୟତିକ୍ରମକୁ ସୁଧାରିବାର ପ୍ରଯନତ୍ କରିବେ। ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି, ଗବେଷଣା, ଆଲୋଚନା, ସେବାସଂସ୍ଥା, ରାଜନୀତି, କଳା, ସାହିତ୍ୟରୁ ପ୍ରଶଂସିତ ହେବେ। ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri