Posted inଜାତୀୟ

ମଣିପୁର ଘଟଣା ଲଜ୍ଜାଜନକ, ଦୋଷୀଙ୍କୁ ମିଳିବ କଡ଼ା ଦଣ୍ଡ: ମୋଦି

ନୂଆଦିଲ୍ଲୀ,୨୦।୭: ମଣିପୁରରେ ମହିଳାଙ୍କୁ ଉଲଗ୍ନ କରି ବୁଲାଇବାରେ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ପ୍ରଧାନମନ୍ତ୍ରୀ କହିଛନ୍ତି, ମଣିପୁରରେ ଯେଉଁ ଘଟଣା ସାମ୍ନାକୁ ଆସିଛି ତାହା କୌଣସି ସଭ୍ୟ ସମାଜ ପାଇଁ ଲଜ୍ଜାଜନକ ଘଟଣା। ଏଭଳି ଘଟଣା ମୋତେ ବ୍ୟଥିତ କରିଛି। ମୋ ହୃଦୟ ଏବେ କ୍ରୋଧରେ ପରପୂର୍ଣ୍ଣ। ଏଭଳି ଅପରାଧ କରୁଥିବା ପାପୀ ନିଜ ସ୍ଥାନରେ ଅଛନ୍ତି, କିନ୍ତୁ ଏଥିରେ ୧୪୦ କୋଟି ଭାରତୀୟ ଅପମାନିତ ହୋଇଛନ୍ତି। ମୁଁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରୁଛି ଯେ ମା’ ଏବଂ ଭଉଣୀମାନଙ୍କୁ ସୁରକ୍ଷା ଦେବା ପାଇଁ କଠୋର ପଦକ୍ଷେପ ନିଅନ୍ତୁ। ଏହି ଘଟଣା ରାଜସ୍ଥାନ, ଛତିଶଗଡ କିମ୍ବା ମଣିପୁରର ହୋଇପାରେ। ଆସନ୍ତୁ ବିତର୍କରୁ ଊର୍ଦ୍ଧ୍ୱରେ ରହି ମା’ ଏବଂ ଭଉଣୀମାନଙ୍କୁ ସୁରକ୍ଷା ଦେବା। ଏଭଳି ଘଟଣାରେ ଜଡ଼ିତ ଅପରାଧୀଙ୍କୁ କଠୋର ଦଣ୍ଡ ଦିଆଯିବ।
ସୂଚନାଯୋଗ୍ୟ, ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri