Posted inଜାତୀୟ

ମଣିପୁରରେ ହଜାର ହଜାର ଲୋକଙ୍କ ବିକ୍ଷୋଭ ପ୍ରଦର୍ଶନ

ଇମ୍ଫାଲ,୨୦ା୭: ମଣିପୁରରେ ଦୀର୍ଘ ଅଢ଼େଇମାସ ଧରି ସଂଘର୍ଷ ଲାଗି ରହିଥିବା ବେଳେ ୨ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନକରି ରାସ୍ତାରେ ବୁଲାଯାଇଥିବା ଭିଡିଓ ଭାଇରାଲ ହୋଇଛି। ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଶୁକ୍ରବାର ସମ୍ପୃକ୍ତ ଘଟଣାକୁ ନେଇ ମଣିପୁରର ଚୁରାଚାନ୍ଦପୁର ରାସ୍ତାରେ ହଜାର ହଜାରେ ଲୋକ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଅନ୍ୟପକ୍ଷେ ମଣିପୁର ପୋଲିସ ଗୁରୁବାର ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ଅଧିକାରୀଙ୍କ କହିବାନୁସାରେ, ଗିରଫ ଅଭିଯୁକ୍ତ ଜଣକ ଘଟଣାର ମାଷ୍ଟରମାଇଣ୍ଡ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତିି। ଏଭଳି ଘଟଣା ମୋତେ ବ୍ୟଥିତ କରିଛି। ମୁଁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରୁଛି ଯେ ମା’ ଏବଂ ଭଉଣୀମାନଙ୍କୁ ସୁରକ୍ଷା ଦେବା ପାଇଁ କଠୋର ପଦକ୍ଷେପ ନିଅନ୍ତୁ। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ ସିଂ ଜନସାଧାରଣଙ୍କୁ ଆଶ୍ୱାସନା ଦେଇ କହିଛନ୍ତି, ଏହି ଘୃଣ୍ୟ କାର୍ଯ୍ୟରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ କଠୋର ଦଣ୍ଡବିଧାନ ଗ୍ରହଣ କରାଯିବ। ଯେଉଁଥିରେ ମୃତ୍ୟୁଦଣ୍ଡର ମଧ୍ୟ ସମ୍ଭାବନା ରହିଛି। ଘଟଣାର ଅନୁସନ୍ଧାନ କରିବା ପାଇଁ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri