ବିନା ଶୋଭାଯାତ୍ରାରେ ହେବ ମହରମ, ହନୁମାନ ଜୟନ୍ତୀ ପାଳନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ସମ୍ବଲପୁରରେ ବର୍ଷକ ଭିତରେ ବିନା ଶୋଭାଯାତ୍ରାରେ ମହରମ ଓ ହନୁମାନ ଜୟନ୍ତୀ ପାଳନ କରାଯିବ। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଆୟୋଜିତ ମହରମ ଶାନ୍ତି ଓ ସମନ୍ବୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ଏପ୍ରିଲରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସାମ୍ପ୍ରଦାୟିକ ଦଙ୍ଗା ଘଟିଥିଲା। ପ୍ରାୟ ଏକମାସ ପରେ ପରିସ୍ଥିତି ସୁଧାର ଆସିଥିଲା। ଏବେ ମଧ୍ୟ ଶତାଧିକ ଲୋକ ଜେଲରେ ଅଛନ୍ତି। ମହରମ୍‌ରେ ମିଳିତ ଶୋଭାଯାତ୍ରା ହେଲେ ଶତାଧିକ ଲୋକଙ୍କ ସମାଗମ ହେବ। କିଛି ଅଘଟଣ ମଧ୍ୟ ଘଟିପାରେ। ତେଣୁ ମହରମ କମିଟି ଓ ପ୍ରଶାସନ ମିଳିତ ଭାବେ ଆଲୋଚନା କରିବା ପରେ ଆସନ୍ତା ୨୯ତାରିଖରେ ହେବାକୁ ଥିବା ମହରମ ଶୋଭାଯାତ୍ରାକୁ ବନ୍ଦ କରାଯାଇଛି। ବୈଠକ ପରେ ଜିଲାପାଳ ଅନନ୍ୟା ଦାସ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ଏସ୍‌ପି ମୁକେଶ ଭାମୁ କହିଛନ୍ତି, ଏବେ ସହରରେ ଶାନ୍ତି ପରିବେଶ ରହିଛି। ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ଘଟଣା ଆଜି ମଧ୍ୟ ଲୋକଙ୍କ ମନରୁ ଲିଭିନାହିଁ। ମହରମ ଶୋଭାଯାତ୍ରା ସମୟରେ କାଳେ ଅଘଟଣ ଘଟିବ ସେଥିପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ମହରମ ପର୍ବ ଯେଭଳି ଉତ୍ସାହର ସହିତ ପାଳନ କରିବେ ସେଥିପାଇଁ ଥାନାଗୁଡ଼ିକରେ ମହରମ କମିଟି ସଦସ୍ୟ ଆଲୋଚନା କରି ସ୍ଥିର କରିବେ। ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯିବ। ଜିଲାପାଳ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ଭାମୁ, ସମ୍ବଲପୁର ମହାନଗର ନିଗମ କମିଶନର ବେଦ ଭୂଷଣ, ଅତିରିକ୍ତ ଜିଲାପାଳ ଅଜାମ୍ବର ମହାନ୍ତି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମେନ୍ଦ୍ର ମଲ୍ଲିକ, ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ ମିଶ୍ର, ସଦର ଉପଜିଲାପାଳ ପ୍ରଭାସ ଦଣ୍ଡସେନା, ସଦର ଏସ୍‌ଡିପିଓ ପ୍ରଦୀପ ସାହୁ, ଡିଏସ୍‌ପି ଡିଆଇବି ଜେମ୍‌ସ ସମଦଙ୍କ ସମେତ ମହରମ କମିଟି ସଦସ୍ୟ, ବିଭିନ୍ନ ଥାନା ଅଧିକାରୀ, ଲାଇନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସମ୍ବଲପୁର ସହରରେ ୮ଟି ସ୍ଥାନରେ ମହରମ ଶୋଭାଯାତ୍ରା ହୋଇଥାଏ। ସବୁ ପଡ଼ାରୁ ଶୋଭାଯାତ୍ରା ବାହାରି ମୁଖ୍ୟ ଛକ ଗୋଳବଜାରରେ ଏକାଠି ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri