ଏବେ ଶକ୍ତିକୁ ସ୍କୁଟର

ଭୁବନେଶ୍ୱର,୨୨ା୭(ଅନିଲ ଦାସ): ରାଜ୍ୟ ସରକାର ଗ୍ରାମାଞ୍ଚଳ ଭିତ୍ତିଭୂମିଠାରୁ ଆରମ୍ଭ କରି ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ, ଶିକ୍ଷା, ମହିଳା ସଶକ୍ତୀକରଣ ଉପରେ ସରକାର ଅଧିକ ଫୋକସ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୭ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ସେଥିମଧ୍ୟରେ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ସ୍କୁଟର କିଣିବାକୁ ରାଜ୍ୟ ସରକାର ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଯୋଗାଇ ଦେବେ। ସଦସ୍ୟମାନେ ନିଜ ମନପସନ୍ଦର ସ୍କୁଟର କିଣି ନିଜ କାର୍ଯ୍ୟକୁ ସହଜ କରିପାରିବେ। ଏଥିପାଇଁ ରାଜ୍ୟ ସରକାର ମିଶନ ଶକ୍ତି ବିଭାଗ ମାଧ୍ୟମରେ ‘ମିଶନ ଶକ୍ତି ସ୍କୁଟର ଯୋଜନା’ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଗାମୀ ୫ ବର୍ଷ ପାଇଁ ବଜେଟରେ ୫୨୮.୫୫ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବକୁ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି। ଏହି ପଦକ୍ଷେପ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ ମହାସଂଘଙ୍କ ସହିତ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ (ସିଏସ୍‌ଏସ୍‌) ଏବଂ କାର୍ଯ୍ୟନିର୍ବାହୀ କମିଟି (ଇସି) ସଦସ୍ୟାମାନଙ୍କର ଯାତାୟାତକୁ ସୁଗମ କରିବ। ଏହି ଯୋଜନାରେ ୧,୨୫,୦୦୦ ଗ୍ରାମ ପଞ୍ଚାୟତ, ୱାର୍ଡ, ବ୍ଲକ୍‌, ସହର ଏବଂ ଜିଲାସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ ସଦସ୍ୟ ଉପକୃତ ହେବେ।
ଏହି ଯୋଜନା ମାଧ୍ୟମରେ ଯୋଗ୍ୟ ସଦସ୍ୟମାନେ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ଫେରସ୍ତ ପାଇବେ। ରାଜ୍ୟରେ ମହିଳା ସଶକ୍ତୀକରଣ ଦିଗରେ ସେମାନଙ୍କର ଅବଦାନକୁ ସ୍ବୀକୃତି ଦେବ ପାଇଁ ରାଜ୍ୟ ସରକାର ସ୍କୁଟର କ୍ରୟ ପାଇଁ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ଛାଡ଼ ଘୋଷଣା କରିଛନ୍ତି। କମ୍ୟୁନିଟି ରିସୋର୍ସ ପର୍ସନ(ସିଆର୍‌ପି-ସିଏମ୍‌), ମାଷ୍ଟର ବୁକ୍‌ କିପର(ଏମ୍‌ବିକେ), ପ୍ରାଣୀ ମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର, ଜୀବିକା ସହାୟିକା, ଉଦ୍ୟୋଗୀ ମିତ୍ର, ବିସିଏ ଭଳି ପ୍ରାୟ ୭୫,୦୦୦ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ କାର୍ଯ୍ୟରତ ଅଛନ୍ତି। ରାଜ୍ୟର ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ମିଶନ ଶକ୍ତି ବିଭାଗ ବଦ୍ଧପରିକର। ଏହି ଯୋଜନାକୁ ବ୍ୟାପକ ଭାବରେ ଉପଲବ୍ଧ କରାଇବା ସହିତ ସୁଚାରୁରୂପେ କାର୍ଯ୍ୟକାରୀ କରିବା ନିମନ୍ତେ ‘ମିଶନ ଶକ୍ତି ସ୍କୁଟର ଯୋଜନା’ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ ଏବଂ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟମାନଙ୍କର ବ୍ୟକ୍ତିଗତ ଯାତାୟାତକୁ ସୁଗମ କରିବା ସହ ସେମାନଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri