କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ୨ ମୃତ

ପରଜଙ୍ଗ, ୨୨ା୭(ନିଗମାନନ୍ଦ ଦଳବେହେରା): କୂଅ ସଫେଇ ଚାଲିଥିବା ବେଳେ ଅଣନିଃଶ୍ୱାସୀ ହୋଇ ଖସିପଡ଼ିଲେ ଶ୍ରମିକ। ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ମାଲିକ ମଧ୍ୟ ଫସିଗଲେ। ଶ୍ୱାସରୁଦ୍ଧ ହୋଇ ଘଟଣାସ୍ଥଳରେ ଚାଲିଗଲା ୨ ଜଣଙ୍କ ଜୀବନ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ସରକିଶୋରପାଳ ଗ୍ରାମରେ ଶୁକ୍ରବାର ମଧ୍ୟାହ୍ନରେ ଘଟିଛି ଏଭଳି ଏକ ଦୁଃଖଦ ଘଟଣା। ମୃତକ ହେଲେ କୂଅ ମାଲିକ ଶଶିଭୂଷଣ ସାହୁ (୫୨) ଏବଂ ଶ୍ରମିକ ଭଜମନ ବେହେରା (୪୫)।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଶଶିଭୂଷଣଙ୍କ କୂଅ ସଫେଇ କରିବା ଲାଗି ଶ୍ରମିକ ଭଜମନକୁ ଡାକିଥିଲେ। ମଧ୍ୟାହ୍ନରେ ଭଜମନ କୂଅ ଭିତରେ ପଶି ସଫା କରୁଥିବାବେଳେ ହଠାତ୍‌ ଅଣନିଃଶ୍ୱାସୀ ହୋଇ ଖସିପଡ଼ିଥିଲେ। ଡାକିବା ସତ୍ତ୍ୱେ ଭଜମନଙ୍କ ନିକଟରୁ କୌଣସି ଉତ୍ତର ନ ଆସିବାରୁ ବ୍ୟସ୍ତବିବ୍ରତ ଶଶିଭୂଷଣ ତାଙ୍କୁ ଉଦ୍ଧାର କରିବାକୁ କୂଅ ଭିତରକୁ ପଶିଯାଇଥିଲେ। ହେଲେ ସେ ମଧ୍ୟ ଫସିଯାଇଥିଲେ। ଉଭୟେ ବାହାରକୁ ଆସିବାରେ ବିଳମ୍ବ ହେବାରୁ ବାହାରେ ଥିବା ଲୋକେ ବ୍ୟସ୍ତ ବିବ୍ରତ ହୋଇପଡ଼ିଥିଲେ। ଭିତରେ ଅଘଟଣ ଘଟିଥିବା ଆଶଙ୍କାରେ ଅଗ୍ନିଶମ ବାହିନୀକୁ ସୂଚନା ଦିଆଯାଇଥିଲା। ଦୀର୍ଘ ସମୟ କସରତ ପରେ ଅଗ୍ନିଶମ କର୍ମଚାରୀ କୂଅରେ ପଶି ଦୁଇଜଣଙ୍କୁ ବାହାରକୁ ଆଣିଥିଲେ। ହେଲେ ସେତେବେଳକୁ ଉଭୟଙ୍କ ମୃତ୍ୟୁ ହୋଇସାରିଥିଲା। ଦଦରାଘାଟି ଫାଣ୍ଡି ଅଧିକାରୀ ଶକ୍ତି ପ୍ରସାଦ ସାହୁ, ଗେଙ୍ଗୁଟିଆ ରାଜସ୍ବ ନିରୀକ୍ଷକ ବିବେକାନନ୍ଦ ସାହୁ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟପଟେ କୂଅ ସଫେଇ ବେଳେ ଦୁଇ ଦୁଇଟି ଜୀବନ ଚାଲିଥିବା ଘଟଣା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri