Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ବିଧାନସଭାରେ ପାରିତ ହେଲା ନିନ୍ଦା ପ୍ରସ୍ତାବ

ପଣଜୀ,୨୨।୭: ଗୁଜରାଟ ଦଙ୍ଗା ଉପରେ ବିବିିସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ଏକ ଡକ୍ୟୁମେଣ୍ଟାରୀ ପ୍ରସ୍ତୁତ କରିଥିଲା। ଯାହାକୁ ନେଇ ଜାତୀୟ ରାଜନୀତି ସରଗରମ ହୋଇ ଉଠିଥିଲା। ତେବେ ଏହି ଡକ୍ୟୁମେଣ୍ଟାରୀ ବିରୋଧରେ ଗୋଆ ବିଧାନସଭାରେ ଏକ ନିନ୍ଦା ପ୍ରସ୍ତାବ ପାରିତ କରାଯାଇଛି। ପ୍ରସ୍ତାବରେ କୁହାଯାଇଛି ଯେ, ୨୦୦୨ ଗୁଜୁରାଟ ଦଙ୍ଗା ଉପରେ ତତ୍କାଳୀନ ଗୁଜୁରାଟ ସରକାରଙ୍କୁ ଦାୟୀ କରିବା ବିବିସିର ବନ୍ଦ ଉଦ୍ଦେଶ୍ୟ।

ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ କହିଛନ୍ତି, ଭାରତର ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ନେତାଙ୍କ ବିରୋଧରେ ମିଥ୍ୟା ଆଧାରରେ ଏକ ଡକ୍ୟୁମେଣ୍ଟାରୀ ପ୍ରକାଶ କରି ବିବିସି ଭାରତକୁ ବଦନାମ କରିବାକୁ ଚେଷ୍ଟା କରିଛି। ବିସିସିଆଇର କାର୍ଯ୍ୟକୁ ନିନ୍ଦା କରିବା ପାଇଁ ବିଧାନସଭା ଏହି ପ୍ରସ୍ତାବ ପାରିତ କରିଛି।

ବିଧାନସଭାରେ ବିରୋଧୀ ଦଳର ନେତା ୟୁରୀ ଆଲେମାଓ ଏହି ପ୍ରସ୍ତାବକୁ ବିରୋଧ କରିଛନ୍ତି। ସେ କହିଛନ୍ତି, ଏହି ମାମଲା କୋର୍ଟରେ ବିଚାରଧୀନ ଅଛି। ଭାରତରେ ଏହି ଡକ୍ୟୁମେଣ୍ଟାରୀ ପୂର୍ବରୁ ନିଷିଦ୍ଧ ହୋଇସାରିଛି ତେବେ ଏହା ଉପରେ କିଭଳି ପ୍ରସ୍ତାବ ପାରିତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri