ମନ୍ଦିର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଉନ୍ନୟନ ପାଣ୍ଠିରୁ ହେବ ଖର୍ଚ୍ଚ

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ଦୁଇଟି ମନ୍ଦିରର ଉନ୍ନତିକରଣ ପାଇଁ ଶନିବାର ଭିତ୍ତିପ୍ରସ୍ତର କରାଯାଇଛି। ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇ ଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ପ୍ରଥମେ ବିଧାୟକ ଉକ୍ତ ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତରେ ଥିବା ମା’ଦକ୍ଷିଣକାଳୀ ମନ୍ଦିରରେ ପହଞ୍ଚିଥିଲେ ସେଠାରେ ମନ୍ଦିର କମିଟିର କର୍ମକର୍ତ୍ତାଙ୍କ ସମେତ ଗ୍ରାମବାସୀ ବିଧାୟକଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ବିରାଟ ଶୋଭାଯାତ୍ରାରେ ପହଞ୍ଚି ଭିତ୍ତିପ୍ରସ୍ତର କରିବା ସହ ଶୀଘ୍ର ମନ୍ଦିରର ଉନ୍ନୟନ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ୯ ଲକ୍ଷ ଟଙ୍କା ଅନୁଦାନ ଦେଇଥିବା ବିଧାୟକ ପ୍ରକାଶ କରିଥିଲେ। ସେହିପରି ବିଧାୟକ  ଓ ଅନ୍ୟ ଅତିଥିମାନେ ଦାରିଙ୍ଗବାଡ଼ିଠାରେ ଥିବା ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା ୮ ଲକ୍ଷ ଅନୁଦାନରେ କାର୍ଯ୍ୟ ଆରମ୍ଭ କରିବା ପାଇଁ ଭିତ୍ତିପ୍ରସ୍ତର କରିଥିଲେ। ସେଠାରେ ମଧ୍ୟ ମନ୍ଦିର ପରିଚାଳନା କମିଟିର ସଭାପତି ରାଜେନ୍ଦ୍ର କୁମାର ସାହୁ, ପତିତପାବନ ରାଉତ, ଭଗବାନ ସାହୁ, ବାପି ପାଢ଼ୀ ଓ ଅନ୍ୟମାନେ ଉପସ୍ଥିତ ରହି ସମସ୍ତ ଅତିଥିଙ୍କୁ ସ୍ବାଗତ କରି ମନ୍ଦିର ମଧ୍ୟକୁ ନେଇଥିଲେ। ସେଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ଭିତ୍ତିପ୍ରସ୍ତର କରାଯାଇଥିଲା। ରାଜ୍ୟ ସରକାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏହି ଦୁଇଟି ମନ୍ଦିର ସମେତ ଦାରିଙ୍ଗବାଡ଼ିର ଏକ ପାହାଡ଼ ଉପରେ ରହିଥିବା ହନୁମାନବାଟିକା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପାଣ୍ଠିରୁ ୯ ଲକ୍ଷ ଅନୁଦାନ ରହିଥିବା ବିଧାୟକ ସାଲୁଗା ପ୍ରଧାନ କହିଥିଲେ। ମୋଟ୍‌ ୨୩ ଟି ପ୍ରକଳ୍ପ ପାଇଁ ୨ କୋଟି ଅନୁଦାନ ରହିଥିବା କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ବ୍ଲକ ସଭାପତି ଜ୍ୟୋତିରାଜ ପ୍ରଧାନ, ବିଧାୟକ ପ୍ରତିନିଧି ଦୀପକ କୁମାର ସାହୁ ଓ ବିଧାୟକଙ୍କ ଶତାଧିକ ସମର୍ଥକ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri