ଦୋଷୀ ଜେଜେବାପାଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡ 

ବାରିପଦା,୨୫।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ସୋମବାର ଏକ ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଅଭିଯୁକ୍ତ  ଝାରପୋଖରିଆ ଥାନା ଅଧୀନ ଶଙ୍କୁଚା ଅଞ୍ଚଳର ବୃଦ୍ଧ ଜେଜେବାପାଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଅନାଦାୟ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ଜିଲା ଆଇନ ସହାୟତା କର୍ତ୍ତୃପକ୍ଷଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୧ ମାର୍ଚ୍ଚ ୨୧ରେ ପରିବାର ଲୋକେ କାମ କରିବାକୁ ବାହାରକୁ ଯାଇଥିଲେ। ଅପରାହ୍ନରେ ୪ ବର୍ଷର ନାତୁଣୀଙ୍କୁ ଏକୁଟିଆ ପାଇ ଜେଜେବାପା ବଳାତ୍କାର କରିଥିଲେ। ପରିବାର ଲୋକେ ଘରକୁ ଫେରିବା ପରେ ଝିଅ  କାନ୍ଦୁଥିବା ଦେଖି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏହାକୁ ନେଇ ତାଙ୍କ ପରିବାର ପକ୍ଷରୁ ଲିଖିତ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ.୬୩/୨୧) ରୁଜୁ କରି ମାର୍ଚ୍ଚ ୨୩ରେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀମାଇନା ପରେ କୋର୍ଟଚାଲାଣ କରିଥିଲା। ସେହିଦିନଠାରୁ ଅଭିଯୁକ୍ତ ବିଚାର ବିଭାଗୀୟ ହାଜତରେ ଥିଲେ। ୧୩ଜଣ ସାକ୍ଷୀଙ୍କ ବୟାନ, ପୋଲିସ ଓ ଡାକ୍ତରୀ ରିପୋର୍ଟକୁ ଭିତ୍ତିକରି କୋର୍ଟ ଶୁଣାଣି କରିଛନ୍ତି। ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ପିପି ଅଭିନ୍ନ କୁମାର ପଟ୍ଟନାୟକ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri