ଲାଞ୍ଚ ନେଇ ଧରାପଡ଼ିଲେ ଥାନା ଏଏସ୍‌ଆଇ

ମାଧପୁର,୨୬ା୭(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନାର ଏଏସ୍‌ଆଇ ନବୀନ କୁମାର ଶତପଥୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ଜଣାପଡ଼ିଛି।

ମିଳିଥିବା ସୂଚନାନୁଯାୟୀ, କିଆକଟା ଥାନା କନ୍ଧପଡ଼ା ପଞ୍ଚାୟତ ଅଧୀନ ବେଲାଦୁଲା ଗ୍ରାମର ପଞ୍ଚାନନ ମେହେର ନାମକ ଜଣେ ବ୍ୟକ୍ତିଙ୍କଠାରୁ ବ୍ୟବସାୟିକ କଳହକୁ ଦଫାରଫା କରିବା ପାଇଁ ପୂର୍ବରୁ ୨ ହଜାର ଟଙ୍କା ନେଇଥିବା ବେଳେ ବୁଧବାର ୧୫ ହଜାର ଟଙ୍କା ମାଗିଥିଲେ କିନ୍ତୁ ସଂପୃକ୍ତ ବ୍ୟକ୍ତି ଆଜି ୮୦୦୦ଟଙ୍କା ଦେଉଥିବା ବେଳେ ଆଗରୁ ସୂଚନା ପାଇ ଜଗି ରହିଥିବା ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ମାଡ଼ି ବସିଥିଲା। ଏହାପରେ ଏଏସ୍‌ଆଇ ଶ୍ରୀ ଶତପଥୀଙ୍କୁ କିଆକଟା ଥାନାକୁ ଆଣି ଭିଜିଲାନ୍ସ ଟିମ୍‌ ପଚରାଉଚରା କରୁଥିବା ଜଣାଯାଇଛି। କଥାରେ ଅଛି ବାଡ଼ ଯଦି ଫସଲ ଖାଏ ତେବେ କାହାକୁ କୁହାଯିବ। ପୋଲିସ ଯଦି ଏପରି କାର୍ଯ୍ୟରେ ସଂପୃକ୍ତ ରୁହେ ତା’ହେଲେ ସାଧାରଣ ଲୋକଙ୍କ ସମସ୍ୟା ବୁଝିବ କିଏ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri