ସମସ୍ୟା ଘେରରେ ପ୍ରାଣୀ ଚିକିତ୍ସାଳୟ

ନିରାକାରପୁର,୨୮ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ଆର୍‌ଡି କାର୍ଯ୍ୟାଳୟ ନିକଟରେ ରହିଛି ପ୍ରାଣୀ ଚିକିତ୍ସାଳୟ। ନିରାକାରପୁର, ଡିଆ, ରାମେଶ୍ୱର, ଲେଣ୍ଡୋ ଆଦି ପଞ୍ଚାୟତର ଗୃହପାଳିତ ପ୍ରାଣୀ ଓ ପକ୍ଷୀଙ୍କ ସମେତ ବିଭିନ୍ନ ସମୟରେ ଦୁର୍ଘଟଣାର ଶିକାର ହୋଇଥିବା ଷଣ୍ଢ, ଗାଈଗୋରୁଙ୍କୁ ଚିକିତ୍ସା ପାଇଁ ଏହି ପ୍ରାଣୀ ଚିକିତ୍ସାଳୟକୁ ଅଣାଯାଇଥାଏ। ସ୍ଥାନୀୟ ଅଞ୍ଚଳରେ ଏହି ପ୍ରାଣୀ ଚିକିତ୍ସାଳୟ ଗୁରୁତ୍ୱ ବହନ କରୁଥିବା ବେଳେ ଏବେ ଏହି ଚିକିତ୍ସାଳୟ ବିଭିନ୍ନ ସମସ୍ୟା ଘେରରେ ରହିଛି। ପ୍ରକାଶ ଯେ, ଏହି ପ୍ରାଣୀ ଚିକିତ୍ସାଳୟରେ ପିଇବା ପାଣିର ବ୍ୟବସ୍ଥା ନାହିଁ। ଫଳରେ ଗୃହପାଳିତ ପ୍ରାଣୀଙ୍କୁ ଚିକିତ୍ସା ପାଇଁ ଆଣୁଥିବା ଲୋକେ ପିଇବା ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଚିକିତ୍ସା କରୁଥିବା କର୍ମଚାରୀ ହାତ ଧୋଇ ହେବାକୁ ସୁବିଧା ନାହିଁ। ଏନେଇ ଉପରିସ୍ଥ ଅଧିକାରୀଙ୍କ ନିକଟରେ ଅଭିଯୋଗ ହେଉଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଚିକିତ୍ସାଳୟକୁ ଲାଗି ଦୀର୍ଘବର୍ଷ ଧରି ରହିଥିବା ଏକ ମୁକୁଳା କୂଅ ରହିଥିବା ବେଳେ ଏହାର ସୁରକ୍ଷା ପାଚେରି ପାଇଁ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ ବିଭିନ୍ନ ସମୟରେ ବୁଲାଗୋରୁ, ଷଣ୍ଢ, କୁକୁର ଏଥିରେ ପଡୁଥିବା ନଜିର ରହିଛି। ବିଶେଷକରି ଉକ୍ତ କାର୍ଯ୍ୟାଳୟର ସୁରକ୍ଷା ପାଚେରି ନ ଥିବାରୁ ସର୍ବସାଧାରଣଙ୍କଠାରୁ ଆରମ୍ଭ କରି କେତେଜଣ ଦୋକାନୀ ଏଠାରେ ଅଳିଆ ପକାଉଛନ୍ତି। ସନ୍ଧ୍ୟା ହେଲେ ଏହି କାର୍ଯ୍ୟାଳୟ ପରିସର ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏହି ଚିକିତ୍ସାଳୟ ଉପରେ ୪ଟି ପଞ୍ଚାୟତ ନିର୍ଭର କରୁଥିବା ବେଳେ ଏଠାରେ ଜଣେ ସ୍ଥାୟୀ ଡାକ୍ତରଙ୍କୁ ନିଯୁକ୍ତି ଦେବା ସହିତ ପାନୀୟଜଳ ଓ ସୁରକ୍ଷା ପାଚେରି କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri