ସ୍କୁଲ ପାଚେରି ଭୁଶୁଡ଼ି ଛାତ୍ର ଗୁରୁତର

ରାୟଗଡ଼ା,୨୮।୭(ଭାଗ୍ୟଶ୍ରୀ ମିଶ୍ର): ଗୁଣାମତ୍କ ଶିକ୍ଷା ବୃଦ୍ଧି ଲାଗି ସରକାର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟରେ ମାଗଣା ଖାଇବା, ରହିବା ବ୍ୟବସ୍ଥା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବାସ୍ତବରେ ବିଭିନ୍ନ ଆବାସିକ ସ୍କୁଲରେ ପିଲାଙ୍କୁ ଦାୟିତ୍ୱରେ ଥିବା ଶିକ୍ଷକ ଶିକ୍ଷୟିତ୍ରୀ କାମରେ ଲଗାଉଥିବା ଅନେକ ସମୟରେ ଅଭିଯୋଗ ଆସୁଛି। ରାୟଗଡ଼ା ପୌରାଞ୍ଚଳ ୧୧ ନମ୍ବର ୱାର୍ଡ ଅଣ୍ଟରିଗୁଡ଼ା ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଜଣେ ତୃତୀୟ ଶ୍ରେଣୀ ଆଦିବାସୀ ଛାତ୍ର ଶିକ୍ଷକଙ୍କ ନିର୍ଦ୍ଦେଶକ୍ରମେ କାମ କରୁଥିବାେ ବଳେ ପାଚେରି ଭୁଶୁଡ଼ି ତାଙ୍କ ଗୋଡ଼ ଉପରେ ପଡ଼ିବାରୁ ସେ ଗୁରୁତର ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, ଅଣ୍ଟରିଗୁଡା ପ୍ରାଥମିକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କେ. ଅନନ୍ତ ବେହେରା ଜଣେ ତୃତୀୟ ଶ୍ରେଣୀର ଛାତ୍ର ବରୁଣ ନନ୍ଦେଶକୁ ଡାକି ପାଚେରି ଉପରେ ଚଢ଼ି ତାର ବାନ୍ଧିବାକୁ କହିଥିଲେ। ଛାତ୍ର ଜଣକ ପାଚେରି ଉପରେ ଚଢ଼ିବା ବେଳେ ତାହା ଭୁଶୁଡି ପଡ଼ି ତାଙ୍କ ଗୋଡ଼ ଉପରେ ପଡ଼ିବାରୁ ସେ ଗୁରୁତର ଆହତ ହୋଇଥିଲେ। ସ୍କୁଲର ୨ଜଣ ଶିକ୍ଷୟିତ୍ରୀ ଛାତ୍ରଙ୍କୁ ମେଡିକାଲକୁ ଆଣି ଚିକିତ୍ସା କରି ତାଙ୍କ ଘରେ ଛାଡ଼ି ଦେଇଥିଲେ। ବରୁଣଙ୍କ ଗୋଡ଼ରେ ଯନ୍ତ୍ରଣା ହେବାରୁ ପରିବାର ଲୋକେ ବୁଧବାର ବ୍ୟାଣ୍ଡେଜ ଖୋଲି ଦେଇଥିଲେ। ବରୁଣଙ୍କ ଗୋଡ଼ରେ ପୁଣି ପାଣି ଜମାହୋଇ ଫୁଲି ଅଧିକ କଷ୍ଟହେବାରୁ ତାଙ୍କୁ ଶୁକ୍ରବାର ପୁଣି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କିନ୍ତୁ ଡାକ୍ତର କୋରାପୁଟ ପଠାଇବାକୁ କହିଥିବା ବେଳେ ଗରିବ ପରିବାର ହୋଇଥିବାରୁ ହତାଶ ହୋଇ ମେଡିକାଲରେ ପଡି ରହିଛନ୍ତି। ଏନେଇ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହାଙ୍କୁ ପଚାରିବାରୁ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଅପରପକ୍ଷେ ଛାତ୍ରଙ୍କ ଚିକିତ୍ସା ଖର୍ଚ୍ଚ ବହନ କରାଯିବା ନେଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri