ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୪୫୦ ଛୁଇଁଲା

ଭୁବନେଶ୍ୱର, ୨୯।୭ (ବନ୍ଦନା ସେଠୀ): ଦିନକୁ ଦିନ ରାଜଧାନୀ ଭୁବନେଶ୍ବର ଡେଙ୍ଗୁ ହଟ୍‌ସ୍ପଟ୍‌ ପାଲଟୁଛି। ୨୬ ତାରିଖ ସୁଦ୍ଧା ସହରରୁ ୩୫୧ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ୪୮ ଘଣ୍ଟାରେ ଏହା ୪୫୦ ଛୁଇଁଛି। ଦୈନିକ ହାରାହାରି ୫୦ ରୋଗୀ ଚିହ୍ନଟ ହେଉଥିବା ବିଏମ୍‌ସି ସ୍ବାସ୍ଥ୍ୟ ବିଭାଗ ତଥ୍ୟରୁ ଜଣାପଡିଛି। ଗତ ୨୪ ଘଣ୍ଟାରେ ମୋଟ ୧୪୦ ଟେଷ୍ଟ କରାଯାଇଥିବାବେଳେ ସେଥିରୁ ୩୦ଜଣଙ୍କ ନମୁନା ପଜିଟିଭ ଆସିଛି। ସହରସାରା ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଜୟଦେବ ବିହାର, ନୟାପଲ୍ଲୀ ଅଞ୍ଚଳରୁ ସର୍ବାଧିକ ୫୭ଜଣ ରହିଛନ୍ତି। ସେହିପରି ୩୯୩ ଆକ୍ରାନ୍ତଙ୍କ ମଧ୍ୟରୁ ପୁରୁଣା ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୫୧ ରହିଥିବାବେଳେ ବାକି ଆକ୍ରାନ୍ତ ସହରର ବିଭିନ୍ନ ୱାର୍ଡରୁ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ କ୍ୟାପିଟାଲ ହସ୍ପିଟାଲରେ ଏଯାବତ୍‌ ୨୬୦ଜଣ ଡେଙ୍ଗୁ ରୋଗୀ ଭର୍ତ୍ତି ହୋଇଥିବା ହସ୍ପିଟାଲ ନିର୍ଦ୍ଦେଶକ ଡା. ଲକ୍ଷ୍ମୀଧର ସାହୁ କହିଛନ୍ତି। ସେ କହିଛନ୍ତି, ଗତବର୍ଷ ଅପେକ୍ଷା ଚଳିତବର୍ଷ କମ୍‌ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।
ଏବେ କ୍ୟାପିଟାଲ ହସ୍ପିଟାଲରେ ୩୦ଜଣ ସକ୍ରିୟ ରୋଗୀ ଚିକିତ୍ସାଧୀନ ଅଛନ୍ତି। ଏଥିପାଇଁ ୧୦ଟି ବେଡ୍‌ ରିଜର୍ଭ ରଖାଯାଇଛି। ତେବେ ଆକ୍ରାନ୍ତଙ୍କ ସଂଖ୍ୟା ବୃ୍‌ଦ୍ଧି ପାଇଲେ ବେଡ୍‌ ସଂଖ୍ୟାକୁ ୬୦ ପର୍ଯ୍ୟନ୍ତ ବୃଦ୍ଧି କରାଯିବ। ଏବେସୁଦ୍ଧା କ୍ୟାପିଟାଲ ହସ୍ପିଟାଲରେ କୌଣସି ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ହୋଇନାହିଁ କିମ୍ବା କେହି ଅତ୍ୟନ୍ତ ଗୁରୁତର ନାହାନ୍ତି। କିଛି ରୋଗୀଙ୍କ ପ୍ଲେଟ୍‌ଲେଟ୍‌ ସାମାନ୍ୟ କମ୍‌ ରହୁଛି, କିନ୍ତୁ ମେଡିକାଲରେ ଆବଶ୍ୟକ ସମସ୍ତ ସାମଗ୍ରୀ ମହଜୁଦ ରହିଛି। ଏବେ ଦୈନିକ ହସ୍ପିଟାଲରେ ୮୦ ନମୁନା ସଂଗ୍ରହ କରାଯାଉଥିବାବେଳେ ୧୨ରୁ ୧୫ ଜଣ ପଜିଟିଭ ଚିହ୍ନଟ ହେଉଥିବା ଡା. ସାହୁ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ବଢୁଥିବା ଡେଙ୍ଗୁ ରୋଗୀଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଏମ୍‌ସି ‘ଆଗ୍ରେସିଭ ଆୱାରନେସ୍‌’ ଆରମ୍ଭ କରିଛି। ସହରର ୨୨ ସହରାଞ୍ଚଳ ପ୍ରାଥମିକ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରମାନେ ଡେଙ୍ଗୁ ଚିହ୍ନଟ ହେଉଥିବା ଅଞ୍ଚଳକୁ ଯାଇ ଲୋକଙ୍କ ଘର ଭିତର ଓ ବାହାର ଯାଞ୍ଚ କରିବା ସହ ସଚେତନ କରୁଛନ୍ତି। ମୌସୁମୀଜନିତ ଲଗାଣ ବର୍ଷା ମଶାବଂଶ ବୃଦ୍ଧିରେ ସହାୟକ ହୋଇଥିବାରୁ ସହରରେ ଫଗିଙ୍ଗ, ମଶାତେଲ ଓ ଧୂଆଁ ଛାଡ଼ିବାକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହାବାଦ୍‌ ଘରଘର ଅଭିଯାନ ମଧ୍ୟ ଆରମ୍ଭ କରାଯାଇଛି। ମାତ୍ର ଏତେ ପରେ ବି ସହରରେ ଦୈନିକ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବା ବିଏମ୍‌ସିର ସବୁ ଯୋଜନା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। କିଛି ଅଞ୍ଚଳରେ ବିଏମ୍‌ସି ମଶା ତେଲ ପକାଇ ଫଟୋ ଛାଡି ବାହାବା ନେଉଥିବାବେଳେ ଏବେ ମଧ୍ୟ ଏକାଧିକ ୱାର୍ଡକୁ ମଶା ଧୂଆଁ ଗାଡ଼ି ଯାଇ ନ ଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଥିବାବେଳେ ଆଗକୁ ସ୍ଥତି ଭୟାବହ ହେବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri