୨ ବର୍ଷ ପରେ ଫେରିଲେ ଗାଁକୁ

ଭେଡେନ,୨୯।୭(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନ ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥର ପଧାନପାଲି ଗ୍ରାମରେ ଥିବା ଆବର୍ଜନା କୁଣ୍ଡ ନିକଟରେ ଆଶ୍ରୟ ନେଇଥିବା ଜଣେ ଯୁବକଙ୍କୁ ପୋଲିସ ଉଦ୍ଧାର କରି ଶନିବାର ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।
ପ୍ରକାଶ ଯେ, ଖୋର୍ଦ୍ଧା ଜିଲା ବେଗୁନିଆଁ ଥାନା ଗୋବିନ୍ଦପୁର ପଞ୍ଚାୟତ ଅଧୀନ ଲୋକିପୁର ଗ୍ରାମର ହାଡ଼ିବନ୍ଧୁ ନାୟକଙ୍କ ବଡ଼ ପୁଅ ସୂର୍ଯ୍ୟକାନ୍ତ (୩୨) ମେଣ୍ଢା ଚରାଇବାକୁ ଯାଇ ପ୍ରାୟ ୨ ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ସତ୍ତ୍ୱେ ତାଙ୍କର ସନ୍ଧାନ ପାଇ ନ ଥିଲେ। ଏ ନେଇ ଥାନାରେ ଏକ ନିଖୋଜ ମାମଲା ରୁଜୁ ହୋଇଥିଲା। ହେଲେ ସୂର୍ଯ୍ୟକାନ୍ତ ୨ବର୍ଷ ହେବ ପଧାନପାଲି ଆବର୍ଜନା କୁଣ୍ଡ ନିକଟରେ ଖରା ବର୍ଷା ଶୀତରେ ପଡ଼ି ରହିଥିଲେ। କୌଣସି ସହୃଦୟ ବ୍ୟକ୍ତି କିଛି ଖାଇବାକୁ ଦେଲେ ସେ ଖାଇ ରହୁଥିଲେ। ଏପରିକି ଦିନେ ଦିନେ ଭୋକ ଉପାସରେ ପଡ଼ି ରହୁଥିଲେ। କିଛି ଦିନ ତଳେ ଋଷୁଡ଼ା ଫାଣ୍ଡି ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଯୁବକଙ୍କୁ ଦେଖି ଗାଡ଼ି ଅଟକାଇଥିଲେ। ପରେ ଫାଣ୍ଡି ଅଧିକାରୀ ପ୍ରେମରାଜ ସାହୁ ଯୁବକଙ୍କ ସମସ୍ତ ତଥ୍ୟ ପଚାରି ବୁଝିଥିଲେ। ଯୁବକଙ୍କ ସାମାନ୍ୟ ମସ୍ତିଷ୍କ ବିକୃତି ରହିଥିବା ବେଳେ ସେ କେମିତି ଏଠାକୁ ଆସିଲେ କିଛି କହି ପାରି ନ ଥିଲେ।
ତେବେ ସେ ଘରକୁ ଫେରିବାକୁ ଚାହୁଁଥିବା ପୋଲିସ ଆଗରେ କହିଥିଲେ। ପୋଲିସ ତୁରନ୍ତ ବେଗୁନିଆଁ ଥାନା ସହିତ ଯୋଗାଯୋଗ କରିଥିଲେ। ଖବର ତାଙ୍କ ପରିବାର ଲୋକଙ୍କ ପାଖରେ ପହଞ୍ଚି ଥିଲା । ପରେ ପରିବାର ଲୋକେ ଋଷୁଡ଼ାରେ ପହଞ୍ଚି ପୋଲିସ, ଗ୍ରାମବାସୀ ଏବଂ ସ୍ଥାନୀୟ ସରପଞ୍ଚଙ୍କ ଉପସ୍ଥିତିରେ ସୂର୍ଯ୍ୟକାନ୍ତଙ୍କୁ ନେଇ ଘରକୁ ଫେରିଥିଲେ। ଏନେଇ ପରିବାର ଲୋକେ ଫାଣ୍ଡି ଅଧିକାରୀଙ୍କ ମହନୀୟତା, ସ୍ଥାନୀୟ ଗ୍ରାମବାସୀ ଏବଂ ସରପଞ୍ଚଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri