Posted inRasifala

ରାଶିଫଳ: ରବିବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ
କୌଣସି ଜଟିଳ ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସାଧାରଣ କାମ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ପରିବାରରେ ଶାନ୍ତି ଫେରାଇ ଆଣିବା ସକାଶେ ଚେଷ୍ଟିତ ହେବେ। ଆତ୍ମୀୟତାର ପରିଚୟ ଦେଇ ଆସୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇ ପାରନ୍ତି। ଅସାବଧାନବଶତଃ କୌଣସି ଜିନିଷ ପତ୍ର ହରାଇବାକୁ ପଡ଼ିପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ହେତୁ ବନ୍ଧୁମାନଙ୍କ ପ୍ରଶଂସାଭାଜନ ହେବେ। ପ୍ରକାଶନ, ପରିବହନ, ପ୍ରଶାସନ, ଆଇନ, କଳା ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାମରେ ଲଗାଇ କାମ ହାସଲ କରିବେ।
ମିଥୁନ
ମିଥୁନ
ଆଜି ସାଧାରଣ କଥାରେ ତର୍କ ଓ ବିବାଦ ଘଟିବାର ବହୁ ସମ୍ଭାବନା ରହିଛି। ଯାତ୍ରା କାଳରେ ଅସାବଧାନତା ହେତୁ ଅର୍ଥ କିମ୍ବା ଦ୍ରବ୍ୟ ହରାଇବେ। ପରିବାରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ଜମିଜମାରେ ଉନ୍ନତ ମାନର ଫଳ ପାଇବେ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟକଳାପ ଓ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ନିର୍ମାଣାଧୀନ କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ। ଆଜି ଆପଣ ବିନୟପୂର୍ଣ୍ଣ କଥା କହି କାମ ହାସଲ କରିପାରିବେ। ଆର୍ଥିକ ସ୍ଥିତି ବଦଳିଯିବ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ଉନ୍ନତି କରିବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ଗତକାଲି ଯେଉଁ ବକେୟା ଟଙ୍କା ପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ। କର୍ମ କ୍ଷେତ୍ରରେ ବାଧା ଉପୁଜିବ, ତଥାପି ନିରାଶ ହେବେ ନାହିଁ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନ ପାରେ।
କନ୍ୟା
ପ୍ରତ୍ୟେକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା ତଥା ବିବାଦୀୟ ଘଟଣା କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। ଅବଶ୍ୟ ମାନସିକ କିମ୍ବା ଶାରୀରିକ ଅସୁସ୍ଥତା ମଧ୍ୟ ଦେଖାଦେଇପାରେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶତ୍ରୁ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ହେତୁ କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ। ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ବାକି ରହିଥିବା ଅର୍ଥ ଆଦାୟ କରିବା ପାଇଁ କୌଶଳ ପ୍ରୟୋଗ କରିବାକୁ ପଡ଼ିପାରେ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ମାମୁଲି ଘଟଣାରେ ବନ୍ଧୁଙ୍କ ସହ ଉଚ୍ଚବାଚ ଘଟିପାରେ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ବ୍ୟବସାୟ, ବାଣିଜ୍ୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ବିଭିନ୍ନ ଯୋଜନା କରିବାକୁ ମନ ବଳାଇବେ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ଓ ସାଙ୍ଗଠନିକ ସ୍ଥିତିି ସୁଦୃଢ଼ ହୋଇପାରିବ। ପାରିବାରିକ, ପରିବହନ, ନିର୍ମାଣ ଏଜେନ୍‌ଶିପ୍‌, ପ୍ଲଟିଂ କାରବାର ଓ କଳ କାରଖାନା ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ତିକ୍ତତା ଦେଖାଦେଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଶିକ୍ଷା, ପରୀକ୍ଷା, ଆଲୋଚନା ଓ ସଭା ସମିତିରେ ସୁଫଳ ପାଇବେ। ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହୋଇଯିବେ।
କୁମ୍ଭ
କୁମ୍ଭ
ମନୋବଳ ଅକ୍ଷୁଣ୍ଣ ରହିଥିଲେ ମଧ୍ୟ ଶାରୀରିକ ଅସୁସ୍ଥତା କାମକୁ ସ୍ଥଗିତ ରଖିବ। କିନ୍ତୁ ନିଜର ଲୋକମାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ

କୌଣସି ପଦସ୍ଥ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ କର୍ମକ୍ଷେତ୍ରକୁ ସରଳୀକୃତ କରିବ। ଆନୁଷ୍ଠାନିକ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିବାରର ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମଟିକୁ ଅବହେଳା କରି ଅନୁତାପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri