Posted inଖେଳ

ଭାରତକୁ ମିଳିଲା ଚତୁର୍ଥ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୩୦ା୭:ଚାଇନାର ଚେଙ୍ଗ୍‌ଡୁଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଅମନ ସଇନି ଓ ପ୍ରଗତିଙ୍କୁ ନେଇ ଭାରତର ମିକ୍ସଡ କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେମାନେ ଫାଇନାଲରେ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୧୫୬-୧୫୬ରେ ହରାଇ ଦେଇଛନ୍ତି। ଭାରତ ବର୍ତ୍ତମାନ ପଦକ ତାଲିକାରେ ୧୦ ପଦକ (୪ ସ୍ବର୍ଣ୍ଣ, ୨ ରୌପ୍ୟ ଓ ୪ ବ୍ରୋଞ୍ଜ) ସହ ଚତୁର୍ଥ ସ୍ଥାନରେ ରହିଛି।

ଭାରତ ପୁରୁଷ ଓ ମହିଳା କମ୍ପାଉଣ୍ଡ ଇଭେଣ୍ଟ ଟିମ୍‌ ଇଭେଣ୍ଟରେ ମଧ୍ୟ ଆହୁରି ଦୁଇ ପଦକ ହାସଲ କରିଛି। ସଙ୍ଗମପ୍ରୀତ ବିସ୍‌ଲା, ଅମନ ସଇନି ଓ ରିଷଭ ଯାଦବ କୋରିଆ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୨୨୯-୨୨୫ରେ ପରାସ୍ତ କରି ଏକ ବ୍ରୋଞ୍ଜ ପଦକ ପାଇଥିବା ବେଳେ ପୂର୍ଭାଷା, ପ୍ରଗତି ଓ ଅଭନିତ ଫାଇନାଲରେ କୋରିଆଠାରୁ ପରାଜିତ ହୋଇ ରୌପ୍ୟ ପଦକ ପାଇଛନ୍ତି। ତୀରନ୍ଦାଜୀକୁ ଛାଡ଼ିଦେଲେ ଭାରତ ଶୁଟିଂରେ ମଧ୍ୟ ଦୁଇ ପଦକ ଲାଭ କରିଛି। ଉଦୟବୀର ସିନ୍ଧୁ ଓ ଆଦର୍ଶ ସିଂ ରାପିଡ୍‌ ଫାୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ୧୭୨୯ ପଏଣ୍ଟ ସ୍କୋର କରି ଏକ ରୌପ୍ୟ ଜିତିଛନ୍ତି। ସୂର୍ଯ୍ୟପ୍ରତାପ, ସର୍ତାଜ ସିଂ ଓ ଐଶ୍ୱରି ତୋମାର ୫୦ମିଟର ରାଇଫଲ ଟିମ୍‌ କାଟେଗୋରିରେ ବ୍ରୋଞ୍ଜ ପାଇଛନ୍ତି। ଅନ୍ୟପକ୍ଷରେ ୫୮୩ ପଏଣ୍ଟ ସହ ବିଜୟବୀର ବ୍ୟକ୍ତିଗତ ୨୫ମିଟର ରାପିଡ୍‌ ଫାୟାର ପିସ୍ତଲ ଇଭେଣ୍ଟରେ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଐଶ୍ୱରୀ ମଧ୍ୟ ବ୍ୟକ୍ତିଗତ ୫୦ ମିଟର ରାଇଫଲ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri