୨୬ ବର୍ଷର ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୨ା୮(ଅନିଲ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମଙ୍ଗଳବାର ଲଘୁଚାପ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହଁା ହୋଇ ବାଂଲାଦେଶର ଖେପୁରା ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ। ଲଘୁଚାପ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଲଘୁଚାପ ଏବଂ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁରର କେତେକ ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଦେବଗଡ଼, ଅନୁଗୋଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର ଏବଂ ଭଦକ୍ର ଜିଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାରଠାରୁ କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ଲାଗି ରହିଥିବା ବର୍ଷା ରେକର୍ଡ ଭାଙ୍ଗିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଭୁବନେଶ୍ୱରରେ ସବୁଠୁ ଅଧିକ ୨୫୯.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହା ଅଗଷ୍ଟ ମାସରେ ଗତ ୨୬ ବର୍ଷର ଗୋଟିଏ ଦିନରେ ସର୍ବାଧିକ ବର୍ଷା ରେକର୍ଡ। ୧୯୯୭ ଅଗଷ୍ଟ ୨୦ରେ ଭୁବନେଶ୍ୱରରେ ୨୫୪.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ଏହା ପୂର୍ବରୁ ୧୯୬୯ ଜୁଲାଇ ୩୦ ତାରିଖରେ ୨୮୨.୩ ମିଲିମିଟର ବର୍ଷା ହୋଇଥିବାବେଳେ ୧୯୯୯ ଅକ୍ଟୋବର ୩୦ ତାରିଖରେ ଏଠାରେ ୪୨୬.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ମଙ୍ଗଳବାର ମଧ୍ୟ ଦ୍ୱୈତନଗରୀରେ ବର୍ଷା ହୋଇଛି। ପ୍ରବଳ ବର୍ଷା ରାଜଧାନୀରେ ଟ୍ରାଫିକ ସମସ୍ୟା ସୃଷ୍ଟି କରିଛି। ତଳିଆ ଅଞ୍ଚଳରେ ପାଣି ବୁଡ଼ି ରହିଛି। ଅନେକ ସ୍ଥାନରେ ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ପ୍ରବଳ ବର୍ଷା ଯୋଗୁ ଲୋକଙ୍କ ଆସବାବପତ୍ରଠୁ ଆରମ୍ଭ କରି ଦୋକାନରେ ଥିବା ସାମଗ୍ରୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। କେବଳ ରାଜଧାନୀ ନୁହେଁ, ରାଜ୍ୟର ବହୁ ଜିଲାରେ ପ୍ରବଳ ବର୍ଷା ଯୋଗୁ ଅସମ୍ଭାଳ ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟାରେ ପୁରୀର ସତ୍ୟବାଦୀରେ ୧୦୬ ମିମି ବର୍ଷା ହୋଇଥିବା ବେଳେ କଟକର କଣ୍ଟାପଡ଼ାରେ ୧୦୧, ଭଦ୍ରକର ତିହିଡ଼ିରେ ୯୭, ଢେଙ୍କାନାଳର ଭୁବନରେ ୯୬, ଭଦ୍ରକର ଭଣ୍ଡାରିପୋଖରୀରେ ୯୩, ପୁରୀ ସହରରେ ୯୦, ଭଦ୍ରକର ଚାନ୍ଦବାଲିରେ ୮୮.୯, ପିପିଲିରେ ୮୫, ଖୋର୍ଦ୍ଧାର ଜଟଣୀରେ ୮୫, କଟକରେ ୮୩.୨, ମୟୂରଭଞ୍ଜର ରାଇରଙ୍ଗପୁରରେ ୮୨, କେନ୍ଦ୍ରାପଡ଼ାର ରାଜକନିକାରେ ୮୧ ଓ ବରଗଡ଼ର ବରପାଲିରେ ୭୨ ମିମି ବର୍ଷା ରେକର୍ଡ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦେଖି ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ନିରାପଦ ସ୍ଥାନକୁ ନେବା ସହିତ କ୍ଷୟକ୍ଷତି ସମ୍ପର୍କରେ ନିୟମିତ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri