ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ବର, ୨।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। କଟକ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅମ୍ବର କୁମାର କରଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ରୂପେ କାର୍ଯ୍ୟ କରିବେ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଅମ୍ବର କୁମାର କରଙ୍କ ସମେତ ବରିଷ୍ଠ ଓଏଏସ୍‌ ଅଫିସର ସଂଘମିତ୍ରା ଶତପଥୀଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଶତପଥୀ ଏବେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ଅବକାରୀ ବିଭାଗର ଅତିରିକ୍ତ ସଚିବ ମିହିର ପ୍ରସାଦ ମହାନ୍ତିଙ୍କ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ବଦଳି ହୋଇଛି। ନୟାଗଡ଼ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟଙ୍କୁ କଟକ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି। ସେହିପରି ପୁରୀ-କୋଣାର୍କ ଉନ୍ନୟନ ପ୍ରାଧିକରଣର ସଚିବ ଲଲାଟେନ୍ଦୁ ସାହୁଙ୍କୁ ଓଟିଡିସି ଜେନେରାଲ ମ୍ୟାନେଜର, ବରିଷ୍ଠ ଓଏଏସ୍‌ ବୈତୁରା ଦୀପଙ୍କୁ ଖୋର୍ଦ୍ଧା ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସୋନପୁର ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟାଂଶୁ ରୁଟଙ୍କୁ ଝାରସୁଗୁଡ଼ା ଜିଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି।
ସେହିପରି ବରିଷ୍ଠ ଓଏଏସ୍‌ ଅଫିସର ତଥା ସାଧାରଣ ଉଦ୍ୟୋଗ ବିଭାଗରେ ଅତିରିକ୍ତ ସଚିବ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ରାଜ୍ୟ ସରକାର ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏହି ପଦୋନ୍ନତି ପରେ ସେହି ବିଭାଗରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri