ନିତିନ ଦେଶାଇଙ୍କ ପରଲୋକ, ଷ୍ଟୁଡିଓରୁ ମିଳିଲା ମୃତଦେହ, ଫିଲ୍ମ ଦେବଦାସ, ଯୋଦ୍ଧା-ଆକବର, ଲଗାନର ଥିଲେ ସେଟ ଡିଜାଇନର୍‌…

ମୁମ୍ବାଇ,୨।୮ : ଜଣାଶୁଣା କଳା ନିର୍ଦ୍ଦେଶକ ନିତିନ ଦେଶାଇଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ମୁମ୍ବାଇ ନିକଟ କରଜତରେ ଥିବା ତାଙ୍କ ଏନଡି ଷ୍ଟୁଡିଓରେ ନିତିନ ଦେଶାଇଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ମିଳିଛି। ତାଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ପୁରା ବଲିଉଡ ଶୋକରେ ରହିଛି।

ସନ୍ଦେହଜନକ ଅବସ୍ଥାରେ ନିତିନ ଦେଶାଇଙ୍କ ମୃତଦେହ ମିଳିବା ପରେ ପୋଲିସ ମଧ୍ୟ ତଦନ୍ତ ଆରମ୍ଭ କରିଛି। ତାଙ୍କ ମୃତ୍ୟୁର କାରଣ ସମ୍ପର୍କରେ ପୋଲିସ ଏପର୍ଯ୍ୟନ୍ତ ଅଧିକ ତଥ୍ୟ ଶେୟାର କରିନାହିଁ, କିନ୍ତୁ ପ୍ରାରମ୍ଭିକ ରିପୋର୍ଟରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ଏପର୍ଯ୍ୟନ୍ତ କୌଣସି ଆତ୍ମହତ୍ୟା ନୋଟ ଜବତ କରାଯାଇ ନାହିଁ।

ଏହି ମାମଲା ସମ୍ପର୍କରେ ସୂଚନା ଦେଇ ରାଇଗଢ଼ ଏସପି ସୋମନାଥ ଘରଗେ କହିଛନ୍ତି, ବୁଧବାର ସକାଳେ ନିତିନ ଦେଶାଇଙ୍କ ମୃତଦେହ ଏନଡି ଷ୍ଟୁଡିଓରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଆମେ ସମସ୍ତ ଦିଗ ନେଇ ଅନୁସନ୍ଧାନ କରୁଛୁ ।

ସେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇଥିଲେ ଏବଂ ତାଙ୍କ ଷ୍ଟୁଡିଓ ଠିକ ଭାବରେ ଚାଲୁ ନ ଥିଲା ବୋଲି ଚର୍ଚ୍ଚା ହେଉଛି। ତେବେ ପୋଲିସ ପକ୍ଷରୁ କୌଣସି ଖବର ନିଶ୍ଚିତ କରାଯାଇ ନାହିଁ।

ଶ୍ରେଷ୍ଠ କଳା ନିର୍ଦ୍ଦେଶନା ପାଇଁ ନିତିନ ଦେଶାଇ ଚାରିଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି। ଏଥିମଧ୍ୟରେ, ୧୯୯୯ ମସିହାରେ ଡକ୍ଟର ଆମ୍ବେଦକର ଜାତୀୟ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା। ଏହା ସହିତ ତାଙ୍କୁ ‘ହମ ଦିଲ ଦେ ଚୁକେ ସନମ’, ‘ଲଗାନ’ ଏବଂ ’ଦେବଦାସ’ ପାଇଁ ସମ୍ମାନିତ କରାଯାଇଥିଲା। ଶେଷ ଥର ପାଇଁ ସେ ଫିଲ୍ମ ‘ପାନିପଥ’ ପାଇଁ କାମ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri