Posted inଜାତୀୟ

କ୍ଷମା ମାଗୁନାହିଁ ଅର୍ଥ ମୁଁ ଅହଙ୍କାରୀ ନୁହେଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରନେମ୍‌ ସହ ଜଡ଼ିତ ମାନହାନି ମାମଲାରେ ସୁପ୍ରିମକୋର୍ଟରେ ଜବାବ ଦାଖଲ କରିଛନ୍ତି। ତାଙ୍କ ଆବେଦନ ଉପରେ ଅଗଷ୍ଟ ୪ରେ ହେବାକୁ ଥିବା ଶୁଣାଣି ପୂର୍ବରୁ ବୁଧବାର ସେ ସୁପ୍ରିମ୍‌କୋର୍ଟଙ୍କୁ କହିଛନ୍ତି ଯେ, ମୁଁ ଏହି ଅପରାଧରେ ଦୋଷୀ ନୁହେଁ। ତେଣୁ ଦଣ୍ଡ ଉପରେ ରୋକ ଲଗାଯାଉ। ଯଦି କ୍ଷମା ମାଗିବା ଏବଂ ଦଣ୍ଡ ହ୍ରାସ କରିବାର ଥିଲା, ତେବେ ମୁଁ ବହୁତ ଦିନ ପୂର୍ବରୁ କରିପାରିଥା’ନ୍ତି। ଅଭିଯୋଗକାରୀ ଭାଜପାର ପୂର୍ଣ୍ଣେଶ ମୋଦି ନିଜେ ମୂଳତଃ ମୋଦି ସମ୍ପ୍ରଦାୟର ନୁହନ୍ତି। କ୍ଷମା ମାଗି ନ ଥିବାରୁ ମୋତେ ଅହଂକାରୀ କହିବା ଭୁଲ୍‌।
ସୂଚନାଯୋଗ୍ୟ, ମୋଦି ସର୍‌ନାମ ବଦନାମ ମାମଲାରେ ଅଭିଯୋଗକାରୀ ପୂର୍ଣ୍ଣେଶ ମୋଦି ଜୁଲାଇ ୩୧ରେ ସୁପ୍ରିମ୍‌କୋର୍ଟରେ ଏକ ଜବାବ ଦାଖଲ କରିଥିଲେ। ଏଥିରେ ସେ ରାହୁଲ ଗାନ୍ଧୀଙ୍କ ଆବେଦନକୁ ଖାରଜ କରିବାକୁ ଦାବି କରିଛନ୍ତି। ପୂର୍ଣ୍ଣେଶ ମୋଦି ସୁପ୍ରିମ୍‌କୋର୍ଟରେ ଦେଇଥିବା ଜବାବରେ ରାହୁଲ କ୍ଷମା ମାଗିବାକୁ ମନା କରିବାରୁ ‘ଅହଂକାରୀ’ ଶବ୍ଦ ବ୍ୟବହାର କରିଛନ୍ତି। ରାହୁଲଙ୍କୁ ଆଶ୍ୱସ୍ତି ଦେବା ପାଇଁ କୌଣସି ଆଧାର ନାହିଁ ବୋଲି ପୂର୍ଣ୍ଣେଶ ମୋଦି କହିଛନ୍ତି। ତାଙ୍କର ଆଚରଣ ଗର୍ବରେ ପରିପୂର୍ଣ୍ଣ। ବିନା କାରଣରେ ସମଗ୍ର ଶ୍ରେଣୀକୁ ଅପମାନିତ କରିବା ପରେ ସେ କ୍ଷମା ମାଗିବାକୁ ମନା କରିଦେଇଥିଲେ।
ମାନହାନି ମାମଲାରେ ରାହୁଲଙ୍କୁ ଚଳିତବର୍ଷ ମାର୍ଚ୍ଚରେ ସୁରତ କୋର୍ଟ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ ଏବଂ ଗୁଜରାଟ ହାଇକୋର୍ଟ ଜୁଲାଇ ୭ରେ ଏହି ରାୟକୁ କାଏମ ରଖିଥିଲେ। ଏହା ପରେ ରାହୁଲ ସୁପ୍ରିମକୋର୍ଟ ଯାଇଛନ୍ତି।
ଉଲ୍ଲେଖଯୋଗ୍ୟ, ୧୩ ଏପ୍ରିଲ ୨୦୧୯ରେ, କର୍ନାଟକର କୋଲାରରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିବାବେଳେ ରାହୁଲ କହିଥିଲେ ଯେ, ସମସ୍ତ ଚୋରଙ୍କ ସର୍‌ନାମ ମୋଦି କାହିଁକି ହୁଏ? ଏହି ପ୍ରସଙ୍ଗରେ ପୂର୍ଣ୍ଣେଶ ମୋଦି ୨୦୧୯ରେ ତାଙ୍କ ବିରୋଧରେ ଆପରାଧିକ ମାନହାନି ମକଦ୍ଦମା ଦାଏ ର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri