Posted inଜାତୀୟ

ନୁହ ହିଂସାର ହେବ ସମ୍ପୂର୍ଣ୍ଣ ଯାଞ୍ଚ: ଅନିଲ ବିଜ୍‌

ଚଣ୍ଡିଗଡ,୨।୮: ହରିୟାଣାର ନୁହରେ ଘଟଥିବା ସାମ୍ପ୍ରଦାୟିକ ହିଂସାକୁ ନେଇ ରାଜନୀତି ଜୋର ଧରିଛି। ଏହି ହିଂସା ପାଇଁ ବିରୋଧୀ ହରିୟାଣାର ଭାଜପା-ଜେଜେପି ସରକାରଙ୍କୁ ଦାୟୀ କରିଛନ୍ତି। ରାଜ୍ୟର ଗୃହ ଓ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍‌ ବୁଧବାର କହିଛନ୍ତି, ନୁହରେ ଏତେ ବଡ଼ ଧରଣର ଘଟଣା ଗୋଟିଏ ଦିନରେ ଘଟିପାରିବ ନାହିଁ। ଏଥିପାଇଁ ଅସ୍ତ୍ରଶସ୍ତ୍ର ସଂଗ୍ରହ କରି ଯୋଜନା ପ୍ରସ୍ତୁତ କରାଯାଇଛି ଏବଂ ଗୁଳି ଚାଳନା କରାଯାଇଛି। ଏହି ଘଟଣାର ସମ୍ପୂର୍ଣ୍ଣ ତଦନ୍ତ ହେବ। ଯେଉଁମାନେ ନୁହରେ ଏପରି କାଣ୍ଡ ଘଟାଇଥିବା ଲୋକଙ୍କୁ ଉଚିତ୍‌ ଦଣ୍ଡ ଦିଆଯିବ।
ଗୃହମନ୍ତ୍ରୀ କହିଛନ୍ତି ଯେ, ନୁହରେ ହୋଇଥିବା ହିଂସା ପରେ ପରିସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ହରିୟାଣା ଠାରୁ ୩୦ଟି ଏବଂ କେନ୍ଦ୍ରରୁ ୨୦ଟି ପୋଲିସ ଟିମ୍‌ ଘଟଣାସ୍ଥଳରେ ଅଛନ୍ତି। ନୁହ ଅଞ୍ଚଳକୁ ୮ଟି ପୋଲିସ ଷ୍ଟେସନରେ ବିଭକ୍ତ କରାଯାଇଛି। ପ୍ରତ୍ୟେକ ପୋଲିସ ଷ୍ଟେଶନରେ ଜଣେ ଆଇପିଏସ ଅଧିକାରୀଙ୍କୁ ପୋଷ୍ଟ କରାଯାଇଛି। ଲୋକମାନେ ସୋସିଆଲ ମିଡିଆରେ ଭୁଲ ପୋଷ୍ଟ ପୋଷ୍ଟ କରିବା ଉଚିତ୍‌ ନୁହେଁ । ଆମେ ସମସ୍ତ ଦିଗ ଉପରେ ନଜର ରଖିଛୁ ଏବଂ ଯଦି କେହି ସୋସିଆଲ ମିଡିଆ ମାଧ୍ୟମରେ ଭୁଲ ପୋଷ୍ଟ କରନ୍ତGି ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ମାମଲାରେ ଏପର୍ଯ୍ୟନ୍ତ ୪୧ଟି ମାମଲା ରୁଜୁ ହୋଇଛି ଏବଂ ୧୧୬ ଜଣଙ୍କୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ, ହରିୟାଣାର ନୁହ ଜିଲା ନନ୍ଦ ଗାଁ ନିକଟରେ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ବ୍ରଜମଣ୍ଡଳ ଜଳାଭିଷେକ ଯାତ୍ରା କରାଯାଉଥିବାବେଳେ ଗୁରୁଗ୍ରାମ-ଅଲଓ୍ବାର ଜାତୀୟ ରାଜପଥରେ ଗୋଟିଏ ଗୋଷ୍ଠୀ ଏହାକୁ ଅଟକାଇବା ସହ ଶୋଭାଯାତ୍ରା ଉପରକୁ ଟେକାମାଡ଼ କରିଥିଲା। ଉତ୍ତେଜନା ବଢ଼ିବା ସହ ସରକାରୀ ଓ ଘରୋଇ ଗାଡ଼ିଗୁଡ଼ିକୁ ଟାର୍ଗେଟ କରାଯିବା ସହ କେତେକରେ ନିଆଁ ଲଗାଇଦିଆଯାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ହିଂସାରେ ବର୍ତ୍ତମାନ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ଘଟିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri