ପାଣି ଘେରରେ ବହୁ ଗଁା

ଭୁବନେଶ୍ୱର,୩।୮(ଅନିଲ ଦାସ)ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଗତ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ରାଜ୍ୟର ବହୁ ଗାଁ ପାଣିଘେରରେ ରହିଛି। ବର୍ଷା ତାଣ୍ଡବ ଯୋଗୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବର୍ଷା ଯୋଗୁ କେନ୍ଦୁଝର ଜିଲାର ଝୁମ୍ପୁରା ବ୍ଲକରେ କାନ୍ଥ ପଡ଼ି ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ସେହିପରି କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଜଣେ ମହିଳା ବୈତରଣୀ ନଦୀରେ ଭାସି ଯାଇଥିଲେ। ତେବେ ତାଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ବନ୍ୟାଜଳରେ ଅନୁଗୋଳ ଜିଲାରେ ଏକ ପୋଲ ଭାସିଯାଇଛି। ଏଥିସହିତ ମହାନଦୀ ଅବବାହିକା ତଳିଆ ଅଞ୍ଚଳ ଜନବସତିକୁ ବନ୍ୟାଜଳ ପ୍ରବେଶ କରିଥିବା ସୂଚନା ମିଳିଛି। ରାଜ୍ୟର ପ୍ରମୁଖ ନଦୀ ଫୁଲିବାରେ ଲାଗିଛି। ବୈତରଣୀ ଓ ବଂଶଧାରା, ଜଳକା ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ମହାନଦୀରେ ବନ୍ୟାଜଳ ବଢ଼ିବାରେ ଲାଗିଛି।
ମହାନଦୀର ଖଇରମାଳରେ ୫ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଗୁରୁବାର ସକାଳ ୧୦ଟା ସୁଦ୍ଧା ମୁଣ୍ଡଳିରେ ୬ ଲକ୍ଷ କ୍ୟୁସେକ ଜଳ ପହଞ୍ଚିବା ଅନୁମାନ କରାଯାଇଛି। ବୈତରଣୀ ନଦୀର ଆନନ୍ଦପୁରରେ ବନ୍ୟାଜଳ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ଆନନ୍ଦପୁର ରାଜଘାଟଠାରେ ବିପଦ ସଙ୍କେତ ୩୮.୩୬ ମିଟର ଥିବାବେଳେ ୩୯.୦୨ ମିଟର ଜଳପ୍ରବାହିତ ହେଉଛି। ତେବେ ଭଦ୍ରକ ଜିଲା ଆଖୁଆପଦାରେ ବନ୍ୟାଜଳ ବିପଦସଙ୍କେତ ଉପରେ ଚାଲିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ଆଗକୁ ବୈତରଣୀ ନଦୀରେ ବନ୍ୟାଜଳ ବଢ଼ିବାର ଆଶଙ୍କା କରାଯାଉଛି। ଏଥିଯୋଗୁ ତଳିଆ ଅଞ୍ଚଳ ବନ୍ୟା ସ୍ଥିତି ସଙ୍ଗିନ ହେବା ନେଇ ଅନୁମାନ କରାଯାଇଛି। ବୈତରଣୀ ବ୍ୟତୀତ ଅନ୍ୟ କୌଣସି ନଦୀରେ ଏ ପର୍ଯ୍ୟନ୍ତ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଓ ଯାଜପୁରକୁ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି।
ଏହାଛଡ଼ା ଗଜପତି ଜିଲା କାଶୀନଗରଠାରେ ବଂଶଧାରା ନଦୀର ବିପଦସଙ୍କେତ ୫୪.୬୦ମିଟର ରହିଥିବା ବେଳେ ବର୍ତ୍ତମାନ ୫୪.୯୦ ମିଟର ଉପରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଏହି ନଦୀର ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ଜିଲାରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।
ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଲଘୁଚାପ ଜନିତ ବର୍ଷା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ ଜିଲାରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ୧୪୦.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭଦ୍ରକରେ ୭୨.୫ ମି.ମି., ଯାଜପୁରରେ ୭୯.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହି ସମୟ ମଧ୍ୟରେ ରାଜ୍ୟର ୧୭ ବ୍ଲକରେ ୨୦୦ ମିଲିମିଟର ଏବଂ ୬୮ଟି ବ୍ଲକରେ ୧୦୦ରୁ ୨୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ଚିନ୍ତାଜନକ ଅବସ୍ଥାରେ ଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସତ୍ୟବ୍ରତ ସାହୁ ବୁଧବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ସମ୍ଭାବ୍ୟ ବନ୍ୟା ଆଶଙ୍କା ଥିବା ଅନୁଗୋଳ, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସୁବର୍ଣ୍ଣପୁର ଏବଂ ସମ୍ବଲପୁର ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ପ୍ରଭାବିତ ଲୋକଙ୍କୁ ଆବଶ୍ୟକ ସହାୟତା ପ୍ରଦାନ କରିବା ସହ କ୍ଷେତ୍ରସ୍ତର ଅଧିକାରୀଙ୍କୁ ସଜାଗ ରଖିବାକୁ ସେ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆବଶ୍ୟକ ସ୍ଥଳେ ରାସ୍ତା ସଫା କରିବା ପାଇଁ ଟିମ୍‌ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନେ ଅଙ୍ଗନଓ୍ବାଡି କେନ୍ଦ୍ର ଓ ସ୍କୁଲକୁ ବନ୍ଦ କରିବାକୁ ନିଷ୍ପତ୍ତି ନେବାକୁ ଏସ୍‌ଆର୍‌ସି କହିଛନ୍ତି। ଅତ୍ୟଧିକ ବର୍ଷା ହେତୁ ବିଭିନ୍ନ ସ୍ଥାନରେ ଫ୍ଲାସ୍‌ଫ୍ଲଡର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଅଫିସରଙ୍କୁ ଜିଲା ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବାଲେଶ୍ୱର ଆଦି ୧୦ ଜିଲାରେ ୮ ଓଡ୍ରାଫ ଟିମ୍‌, ୨ ଏନ୍‌ଡିଆର୍‌ଏଫ୍‌ ଟିମ୍‌, ୧୩ ଅଗ୍ନିଶମ ବାହିନୀଙ୍କୁ ସତର୍କତାମୂଳକ ପଦକ୍ଷେପ ଭାବେ ନିୟୋଜନ କରାଯାଇଥିବା ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଘନୀଭୂତ ହେଉଥିବା ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଛତିଶଗଡ଼ ଆଡକୁ ମୁହଁାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଏହାର ପ୍ରଭାବରେ ହୀରାକୁଦ ସମେତ ଅନ୍ୟାନ୍ୟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri