ମହାପ୍ରଭୁଙ୍କ ସ୍ଥାନରେ ଅପରାଧର ସ୍ଥାନ ନାହିଁ

ପୁରୀ,୩।୮(ଅଜିତ୍‌ ମହାନ୍ତି)ପୁରୀ ପୋଲିସକୁ ଏକ ସଫଳତା ମିଳିଛି। ଡକାୟତି କରିବା ପାଇଁ ଯୋଜନା କରୁଥିବାବେଳେ ସଦର ଥାନା ପୋଲିସ ୬ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ବୀରହରେକୃଷ୍ଣପୁର ଗ୍ରାମର ଶ୍ରୀଧର ଜେନା ଓରଫ ରିଙ୍କୁ, ଗିରଳ ଗ୍ରାମର ଜିତେନ୍ଦ୍ର ରାଉତ ଓରଫ ଜିତୁ, ଗୋରୁଆଳ ନୂଆପାଟଣା ଗ୍ରାମର ପ୍ରଭାତ ବରାଳ, ଗୋରୁଆଳ ବାଲିପଡିଆ ଗ୍ରାମର ସଞ୍ଜୟ ସୁନ୍ଦରା, ନୀଳଚକ୍ର ନଗରର ସୌମ୍ୟରଞ୍ଜନ ପଣ୍ଡା ଓଫର ବିକି ଏବଂ ଗୋଲାସାହିରେ ରହୁଥିବା ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳର ଆଶୀର୍ବାଦ ବରାଡ଼। ସେମାନଙ୍କଠାରୁ ଗୋଟିଏ ଖଣ୍ଡା, ଗୋଟିଏ ଲୁହାରଡ୍‌, ଗୋଟିଏ କଟୁରି, ୨ଟି ବୋମା, ଗୋଟିଏ ପ୍ୟାକେଟ ଲଙ୍କାଗୁଣ୍ଡ ପାଉଡର, ୬ଟି ପ୍ଲାଷ୍ଟିକ ବୋତଲ ଏବଂ ଦୁଇଟି ସିଗାରେଟ୍‌ ପ୍ୟାକେଟ ଜବତ କରିଛି। ପୋଲିସ ଏ ନେଇ ନଂ.୧୪୫/୨୩ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି ବୋଲି ଖବରଦାତା ସମ୍ମିଳନୀରେ ପୁରୀ ସଦର ଏସ୍‌ଡିପିଓ ଆର୍‌.ଏନ୍‌. ଭଞ୍ଜ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ମଧ୍ୟରାତ୍ରିରେ ସଦର ଥାନା ଏସ୍‌ଆଇ ସୌମ୍ୟରଞ୍ଜନ ବିଶ୍ୱାଳ ଏବଂ ପୋଲିସ କର୍ମଚାରୀ ଥାନା ଅଞ୍ଚଳରେ ପାଟ୍ରୋଲିଂ କରୁଥିଲେ। ତେବେ ପୁରୀ ମଙ୍ଗଳାଘାଟ ବାଇପାସ୍‌ ରୋଡ ଜଳଭଣ୍ଡାର ରୋଡଠାରେ ବିଭିନ୍ନ ମାରଣାସ୍ତ୍ର ସହ କେତେଜଣ ଯୁବକ ଏକାଠି ହୋଇ ଡକାୟତି ପାଇଁ ଯୋଜନା କରୁଥିବାନେଇ ବିଶେଷ ସୂତ୍ରରୁ ପୋଲିସକୁ ଖବର ମିଳିଥିଲା। ପୋଲିସ ସେଠାରେ ଚଢ଼ାଉ କରିବାବେଳେ କେତେଜଣ ଫେରାର ପାଇଁ ଚେଷ୍ଟା କରିଥିବାବେଳେ ସମସ୍ତ ୬ଜଣଙ୍କୁ ଗିରଫ କରି ଥାନାକୁ ଆଣିଥିଲା। ପଚରାଉଚରା ସମୟରେ ସେମାନେ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିବା ସ୍ବୀକାର କରିଥିଲେ। ଗିରଫ ସମସ୍ତ ଅଭିଯୁକ୍ତଙ୍କ ନାମରେ ଏକାଧିକ ମାମଲା ଥିବା ଭଞ୍ଜ ସୂଚନା ଦେଇଛନ୍ତି। ପୁରୀ ସଦର ଏସ୍‌ଡିପିଓ ଭାବେ ନୂତନ କରି ଯୋଗଦେଇଥିବା ଭଞ୍ଜ ଏହି ଅବସରରେ କହିଛନ୍ତି, ପୁରୀ ହେଉଛି ମହାପ୍ରଭୁଙ୍କ ସ୍ଥାନ। ଏଠାରେ ଅପରାଧର କୌଣସି ସ୍ଥାନ ନାହିଁ। ପୁରୀକୁ ଅପରାଧମୁକ୍ତ କରିବା ପାଇଁ ଏସ୍‌ପି ସାର୍‌ ଏବଂ ଜିଲା ପୋଲିସର ମୁଖ୍ୟ ଲକ୍ଷ୍ୟ ରହିଛି। ଖବରଦାତା ସମ୍ମିଳନୀରେ ସଦର ଥାନା ଅଧିକାରୀ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri