୨୦୪୭ ସୁଦ୍ଧା ରାଜ୍ୟରୁ ହଟିବ ସିକିଲ୍‌ ସେଲ୍‌

ଭୁବନେଶ୍ୱର,୩।୮(ଅଭିଜିତ ଦାସ)ରାଜ୍ୟରେ ବର୍ତ୍ତମାନ ସିକିଲ୍‌ସେଲ୍‌ ବା ସିକିଲ୍‌ ସେଲ୍‌ ଆନିମିଆ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ରୋଗୀ ଓଡିଶାର ଦକ୍ଷିଣ ଓ ପଶ୍ଚିମ ଅଞ୍ଚଳରେ ଦେଖାଯାଉଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବା ସହ ୨୦୪୭ ସୁଦ୍ଧା ଏହି ରୋଗ ରାଜ୍ୟରୁ ହଟାଇବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ସିକିଲ ସେଲ୍‌ ସହ ଥାଲାସେମିଆ ରୋଗର ସ୍କ୍ରିନିଂ ସହ ପଦକ୍ଷେପ ଜାରି ରହିଛି, କାରଣ ଏହି ଦୁଇ ରୋଗ ଲୋହିତ ରକ୍ତ କଣିକାରେ ଥିବା ଅମ୍ଳଜାନ ବାହକ ହିମୋଗ୍ଲୋବିନ୍‌ର ଅସମାନତାରୁ ବଂଶାନୁକ୍ରମିକ ଭାବେ ହୋଇଥାଏ। ସେହିପରି କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ସିକିଲସେଲ୍‌ ଆନେମିଆ ମିଶନ କାର୍ଯ୍ୟକ୍ରମ ଅଧୀନରେ ଓଡିଶାରେ ବିଭିନ୍ନ ଜିଲାରେ ଏହି ରୋଗର ନିରାକରଣ ପାଇଁ ପଦକ୍ଷେପ ନିଆଯାଉଛି।
ସିକିଲ୍‌ ସେଲ୍‌ ରୋଗରେ ରୋଗୀଙ୍କ ଲୋହିତ ରକ୍ତକଣିକାରେ ହିମୋଗ୍ଲୋବିନ୍‌ର ଅଭାବ ଦେଖାଯାଇଥାଏ। ଫଳରେ ଉକ୍ତ ରକ୍ତକଣିକାଗୁଡିକ ଏକ ଦାଆ ଆକୃତି ଧାରଣ କରିବା ସହ ନଷ୍ଟ ହେବାରେ ଲାଗିଥାଏ। ଏଥିଯୋଗୁ ଶରୀରରେ ଅମ୍ଳଜାନ ଅଭାବ ସହତ ଯନ୍ତ୍ରଣା ବୃଦ୍ଧି ହୋଇଥାଏ। ବୟସ ବଢ଼ିବା ସହ ଯନ୍ତ୍ରଣା ବଢ଼ିଥାଏ। ଏପରିକି ଆୟୁଷ ମଧ୍ୟ ହ୍ରାସ ପାଇଥାଏ। ବିଭାଗୀୟ ସୂଚନା ଅନୁଯାୟୀ ୨୦୧୦ରୁ ଓଡିଶା ସିକିଲ ସେଲ ପ୍ରୋଜେକ୍ଟ ଜରିଆରେ ରାଜ୍ୟର ପଶ୍ଚିମ ଓଡିଶାର ୧୨ଟି ଜିଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ପାଖାପାଖି ୨ରୁ ୩ ଲକ୍ଷ ଲୋକଙ୍କ ସ୍କ୍ରିନିଂ କରାଯାଇ ପରବର୍ତ୍ତୀ ପଦକ୍ଷେପ ନିଆଯାଇଥିଲା। ଏଥିପାଇଁ ୨୦୧୭ରେ ସ୍ବାସ୍ଥ୍ୟ ବିଭାଗ ଓ ସିଏମ୍‌ସି ଭେଲୋର ସହ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଥିଲା। ପ୍ରାରମ୍ଭିକ ସ୍ତରରେ ୩ଟି ପର୍ଯ୍ୟାୟରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସ୍କ୍ରିନିଂ କରାଯାଇଥିବା ବେଳେ ୧୫ ପ୍ରତିଶତ ସିକିଲ ସେଲ ରୋଗୀଙ୍କୁ ଚିହ୍ନଟ କରାଯାଇଥିଲା। ବର୍ତ୍ତମାନ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ପାଖାପାଖି ୩୦ ପ୍ରତିଶତ ରୋଗୀ ସିକିଲସେଲ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ପୂର୍ବରୁ ୧୨ ଜିଲାରେ ସ୍କ୍ରିନିଂ କରାଯାଉଥିବାବେଳେ ବର୍ତ୍ତମାନ ବିଭାଗ ପକ୍ଷରୁ ୨୦ ଜିଲାରେ ସ୍କ୍ରିନିଂ କରାଯାଉଛି।
ଏ ସମ୍ପର୍କରେ ବିଭାଗର ରକ୍ତ ନିରାପତ୍ତା ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି, ସିକିଲ୍‌ସେଲ ରୋଗ ଦ୍ୱାରା ବିଶେଷ ଭାବରେ ଶରୀର ଲୋହିତ ରକ୍ତ କଣିକାରେ ଅସୁବିଧା ହୋଇଥାଏ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଆଦି ପଶ୍ଚିମ ଓ ଦକ୍ଷିଣ ଓଡିଶା ଜିଲାରେ ଏହି ରୋଗୀଙ୍କ ସଂଖ୍ୟା ଅଧିକ ଦେଖାଯାଇଥାଏ। ବର୍ତ୍ତମାନ ରାଜ୍ୟରେ ୦ ରୁ ୨୫ ବର୍ଷ ବୟସର ଲୋକଙ୍କର ସ୍କ୍ରିନିଂ ଚାଲିଥିବାବେଳେ ସ୍ବାସ୍ଥ୍ୟକର୍ମୀ, ମିଶନ ଶକ୍ତି ମହିଳାମାନେ ଘରକୁ ଘର ବୁଲି ଟେଷ୍ଟ କରୁଛନ୍ତି। ଗର୍ଭବତୀ ଓ ସ୍କୁଲ ପିଲାଙ୍କୁ ଅଧିକ ଗୁରୁତ୍ୱ ଦିଆଯାଉଛି। ୨୦୪୭ ସୁଦ୍ଧା ରାଜ୍ୟରେ ସିକିଲସେଲ ରୋଗମୁକ୍ତ କରିବା ଲାଗି ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ରାଜ୍ୟ ସ୍ତରରୁ ଆରମ୍ଭ କରି ବ୍ଲକ ପର୍ଯ୍ୟନ୍ତ କମିଟି ଗଠନ କରାଯାଇ ସିକିଲସେଲ ରୋଗ ଚିହ୍ନଟ, ସଚେତନତା ଓ ଚିକିତ୍ସା ଆଦି କାର୍ଯ୍ୟକ୍ରମର ପରିଚାଳନା କରାଯାଉଥିବା ଡା. ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri