କୁଶଭଦ୍ରା, ଭାର୍ଗବୀରେ ବଢୁଛି ଜଳସ୍ତର

ବାଲିପାଟଣା,୪ା୮(ଅଭିମନ୍ୟୁ ନାୟକ): ରାଜ୍ୟରେ ବର୍ଷା ଥମୁ ନ ଥିବା ବେଳେ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୁଶଭଦ୍ରା ଓ ଭାର୍ଗବୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବନ୍ୟାଜଳ ପ୍ରବେଶ କରିବାରୁ ସରିପୁର ଗ୍ରାମ ନିକଟ କୁଶଭଦ୍ରା ନଦୀ ଭିତରେ ଚରୁଥିବା ବେଳେ ତିନୋଟି ଗାଈ ଭାସି ଯାଇଥିଲେ। ଗ୍ରାମବାସୀ ଦୁଇଟି ଗାଈକୁ ଉଦ୍ଧାର କରିଥିବା ବେଳେ ଆଉ ଗୋଟିଏ ଗାଈର ମୃତ୍ୟୁ ଘଟିଛି। ସେହିପରି ଭାର୍ଗବୀ ନଦୀର ବନ୍ୟାଜଳ ଅଚ୍ୟୁତପୁର କାଜଦେଇ ପ୍ରବାହିତ ଜଳ ବିଲରେ ପ୍ରବେଶ କରିଛି। କାଜର ବନ୍ଧ ନ ଥିବାରୁ ରାଜସ, ଷୋମଣ, ଆଳିସି ଶାସନ, ପମ୍ପାଲ ଓ କୁରୁନଜିପୁର ପଞ୍ଚାୟତରେ ପରିବା ଓ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି ହେବ। ମୁଣ୍ଡୁଳି ଠାରେ ପ୍ରବାହିତ ୯.୬୦ଲକ୍ଷ କ୍ୟୁସେକ ବନ୍ୟାଜଳ ଶୁକ୍ରବାର ପୂର୍ବାହ୍ନ ୧୧ଟା ଶୁଦ୍ଧା ତଳ ମୁଣ୍ଡରେ ପହଞ୍ଚିବ ବୋଲି ବାଲିପାଟଣା ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ଜ୍ଞାନରଞ୍ଜନ ନାୟକ କହିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ପ୍ରତି ବନ୍ୟାପ୍ଲାବିତ ପଞ୍ଚାୟତରେ ଶୁଖିଲା ଖାଦ୍ୟ ମହଜୁଦ ଥିବା ସହିତ ଉଦ୍ଧାର ପାଇଁ ଏନ୍‌ଡିଆରଏଫ୍‌ କର୍ମଚାରୀ ପ୍ରସ୍ତୁତ ଥିବା ବିଡିଓ ଆଦିକନ୍ଦ ବେହେରା କହିଛନ୍ତି। ପ୍ରଭାବିତ ଲୋକଙ୍କ ପାଇଁ ଔଷଧ ବାଣ୍ଟିବାକୁ ବ୍ୟବସ୍ଥା କରାଯିବ ବୋଲି ଜିଲା ମୁଖ୍ୟ ଚିତ୍ସାଧିକାରୀ ଡା.ଆର୍ତ୍ତବନ୍ଧୁ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri