ବିଦ୍ୟାଳୟ ଖୋଲିବା ଦାବିରେ ତେଜିଲା ଆନ୍ଦୋଳନ

ଢେଙ୍କାନାଳ,୪।୮(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ବେଲଟିକିରି ଗ୍ରାମ ପଞ୍ଚାୟତ ବନ୍ଧନୂଆଗାଁରେ ୩ ବର୍ଷ ହେଲା ବନ୍ଦ ପଡିଥିବା ପ୍ରାଥମିକ ବିଦ୍ୟାଳୟ ଖୋଲିବା ଦାବିରେ ଶୁକ୍ରବାର ଗ୍ରାମବାସୀ, ଅଭିଭାବକ ଏବଂ ଛାତ୍ରୀଛାତ୍ର ରାସ୍ତା ଅବରୋଧ କରି ଧାରଣାରେ ବସି ଆନ୍ଦୋଳନ କରିଛନ୍ତି। ଫଳରେ ଢେଙ୍କାନାଳ-ଯୋରନ୍ଦା ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।
ରାଜ୍ୟ ସରକାରଙ୍କ ନିୟମାନୁଯାୟୀ ଗୋଟିଏ ପ୍ରାଥମିକ ବିଦ୍ୟାଳୟରେ ୪୦ରୁ କମ୍‌ ପିଲା ହେଲେ ଉକ୍ତ ବିଦ୍ୟାଳୟ ସମ୍ପୃକ୍ତ ଅଞ୍ଚଳଠାରୁ ୧ କିଲୋମିଟର ଦୂରରେ ଥିବା ଅନ୍ୟ ଏକ ବିଦ୍ୟାଳୟରେ ମିଶ୍ରଣ କରାଯାଉଛି । ଏହି ନିୟମାନୁଯାୟୀ ବନ୍ଧନୁଆଁଗାଁ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ପିଲା ନ ହେବାରୁ ଏହାକୁ ୨୦୨୦ରୁ ବନ୍ଦ କରାଯାଇଛି। ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ବିଦ୍ୟାଳୟ ଖୋଲିବା ଦାବିରେ ଗ୍ରାମବାସୀ ବାରମ୍ବାର ଜିଲା ପ୍ରଶାସନ, ଶିକ୍ଷାବିଭାଗ ଏବଂ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ବିଦ୍ୟାଳୟରେ ୪୦ରୁ ଊର୍ଦ୍ଧ୍ୱ ପିଲା ଥିବା ମଧ୍ୟ ଦର୍ଶାଇଥିଲେ । ଏହା ସତ୍ତ୍ୱେ ବିଦ୍ୟାଳୟ ଖୋଲା ନ ଯିବାରୁ ଶେଷରେ ବାଧ୍ୟ ହୋଇ ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ଖବର ପାଇ ସଦର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରହ୍ମାନନ୍ଦ ରାଉତ, ତହସିଲଦାର ସୁଧାଂଶୁ ସାଓ, ସଦର ଏସ୍‌ଡିପିଓ ବିଭୂତି ଭୂଷଣ ମହାପାତ୍ର, ସରପଞ୍ଚ ବଳଭଦ୍ର ସାମଲ ପ୍ରମୁଖ ଉପସ୍ଥିତ ରହି ବୁଝାଶୁଝା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri