୨୦ ବର୍ଷରେ ଡେଙ୍ଗୁରେ ପ୍ରାଣ ହରାଇଛନ୍ତି ୩୦୦ରୁ ଊର୍ଦ୍ଧ୍ୱ, ୬୦୦୦୦ରୁ ଅଧିକ ଆକ୍ରାନ୍ତ

ଢାକା,୬ା୮: ଡେଙ୍ଗୁ ଜ୍ୱରରେ ୨୦ ବର୍ଷ ମଧ୍ୟରେ ବାଂଲାଦେଶରେ ୩୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଥିବା ବେଳେ ୬୦୦୦୦ରୁ ଅଧିକ ଆକ୍ରାନ୍ତ ହୋଇଥିବା ଏକ ରିପୋର୍ଟରୁ ପ୍ରକାଶ। ଏପରିକି ବର୍ତ୍ତମାନ ଡାକ୍ତରଖାନାରେ ରୋଗୀମାନଙ୍କ ପାଇଁ ଶଯ୍ୟା ମିଳୁନି। ଏହି ଜନବହୁଳ ଦେଶରେ ଡେଙ୍ଗୁ ଖୁବ୍‌ ତୀବ୍ର ବେଗରେ ବ୍ୟାପୁଛି।

ଡେଙ୍ଗୁ ସଂକ୍ରମିତ ରୋଗୀମାନେ ବାଂଲାଦେଶର ଢାକାସ୍ଥିତ ସାର୍‌ ସଲିମୁଲ୍ଲା ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଦେଖିବାକୁ ମିଳିଛି। ସରକାରୀ ଆକଳନ ଅନୁଯାୟୀ, ୨୦୨୩ରେ ଏପର୍ଯ୍ୟନ୍ତ ଅତି କମ୍‌ରେ ୨୯୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୬୧,୫୦୦ ଲୋକ ସଂକ୍ରମିତ ହୋଇଛନ୍ତି।

ବିଶେଷକରି ରାଜଧାନୀ ଢାକାରେ ଥିବା ଡାକ୍ତରଖାନାଗୁଡ଼ିକ ଅଧିକ ଜ୍ୱର, ଗଣ୍ଠି ଯନ୍ତ୍ରଣା ଏବଂ ବାନ୍ତିରେ ପୀଡ଼ିତ ରୋଗୀଙ୍କ ପାଇଁ ସ୍ଥାନ ଖୋଜିବାକୁ ସଂଘର୍ଷ କରୁଛନ୍ତି ବୋଲି ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି।

ସଚେତନତା ଅଭିଯାନଠାରୁ ଆରମ୍ଭ କରି ବର୍ଷା ପରେ ମଶା ଲାର୍ଭା ମାରିବା ପାଇଁ ଉଦ୍ୟମ ପର୍ଯ୍ୟନ୍ତ ସରକାର ମଶା ଜନିତ ରୋଗର ପ୍ରସାରକୁ ସୀମିତ ରଖିବା ପାଇଁ ପଦକ୍ଷେପ ଆରମ୍ଭ କରିଥିବା ସ୍ବାସ୍ଥ୍ୟମନ୍ତ୍ରୀ ଜାହିଦ ମଲେକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri