ରାସ୍ତାରେ ଗଛ ପଡ଼ି ଅବରୋଧ

ଦାରିଙ୍ଗବାଡ଼ି,୬ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର କୁଡ଼ିମୁଞ୍ଜାଠାରୁ ଡକରବାଡ଼ିକୁ ସଂଯୋଗ କରୁଥିବା ରାସ୍ତାରେ ବିରାଟକାୟ ଗଛ ଉପୁଡ଼ି ପଡ଼ିବା ସହ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ପଡ଼ିରହିଛି। ଫଳରେ ଡକରବାଡ଼ିଠାରୁ ଗବାଟବାଡ଼ି ଦେଇ ସିମନବାଡ଼ି-ରାଇକିଆ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ ହୋଇଯାଇଛି। ଫଳରେ ଡକରବାଡ଼ି, ଗବାଟବାଡ଼ି ଗ୍ରାମବାସୀ ସ୍ବାସ୍ଥ୍ୟସେବା ସହ ଜରୁରୀକାଳିନ ସେବା ପାଇବାରୁ ହଇରାଣ ଭୋଗୁଛନ୍ତି। ସେହିପରି ଉକ୍ତ ରାସ୍ତାରୁ ପିଚୁ ଉଠିଯାଇ କାଦୁଅ ଓ ଖାଲଖମାରେ ପରିଣତ ହୋଇଛି। ଗର୍ଭବତୀ ମହିଳା କି ଅନ୍ୟ କୌଣସି ରୋଗୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ପହଞ୍ଚାଇବା ମୁସ୍କିଲ ହେଉଥିବା ଗବାଟବାଡ଼ି ଗ୍ରାମର ଫ୍ରାଞ୍ଚାଇସ ପ୍ରଧାନ, ମନୋଜ ପ୍ରଧାନ, ଦାନୁଙ୍ଗା ପ୍ରଧାନ ପ୍ରମୁଖ କହିଛନ୍ତି। ଅଟୋ ଚାଲାକ ନୀଳମଣି ସାହୁ କହିଛନ୍ତି ଯେ, ଏଭଳି ରାସ୍ତା ଉପରେ ଗଛ ପଡ଼ି ଅବରୋଧ ହେବାର ଏକ ସପ୍ତାହ ବିତିଯାଇଥିଲେ ସୁଦ୍ଧା କୌଣସି ଗ୍ରାମ୍ୟ ଉନ୍ନୟନ ବିଭାଗ କିମ୍ବା ବିଦ୍ୟୁତ ବିଭାଗ କର୍ମଚାରି ଗବାଟବାଡ଼ିରେ ପହଞ୍ଚି ନ ଥିବା ସେ ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକଙ୍କ ସହ ଯୋଗାଯୋଗ କରାଯିବାରୁ ଏସମ୍ପର୍କରେ ସେ ଜାଣି ନ ଥିଲେ ସେ ଶୁଣିଲେ ଘଟଣାସ୍ଥଳକୁ ଯାଇ ଦେଖି ପଦକ୍ଷେପ ନେବେ ବୋଲି କହିଛନ୍ତି। ସେହିପରି ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଶିବପ୍ରଦାଡ଼ ନାୟକଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି, ଗବାଟବାଡ଼ିଠାରୁ କୁଡ଼ିମୁଞ୍ଜାକୁ ନୂତନ ବିଦ୍ୟୁତ ସଂଯୋଗ କରାଯାଉଛି। ଉକ୍ତ ତାର ଛିଣ୍ଡିବା ସହ ବିଦ୍ୟୁତଖୁଣ୍ଟ ଭାଙ୍ଗିଛି। ତାକୁ ଠିକା ସଂସ୍ଥାକୁ କହି ମରାମତି କରାଯିବ ବୋଲି କହିଛନ୍ତି ଉକ୍ତ ନୂତନ ଲାଇନରେ ବିଦ୍ୟୁତ୍‌ ସଂଯୋଗ କରାଯାଇ ନ ଥିବା ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri