ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା

ରାଉରକେଲା,୭।୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲାରେ କାର୍ଯ୍ୟରତ ରେଳ କର୍ମଚାରୀ ଓ ସେମାନଙ୍କ ପରିବାର ଲୋକଙ୍କ ରେଲେଔ କଲୋନୀରେ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ରେଲଓ୍ବେ କଲୋନୀର ସାନିଟାଇଜେଶନ ସହିତ ରେଳ କର୍ମଚାରୀଙ୍କ ସ୍ବାସ୍ଥ୍ୟସେବା ନିର୍ଭର କରୁଛି। କଲୋନୀରେ ରେଳ କର୍ମଚାରୀମାନଙ୍କ ପାଇଁ ନିର୍ମିତ ୧ହଜାର କ୍ୱାର୍ଟର ପରିସର ସଫେଇ ଏବଂ ସାନିଟାଇଜ କରିବା ପାଇଁ ୩୧ଜଣ କର୍ମଚାରୀ ଦରକାର। ଆବଶ୍ୟକ ସଂଖ୍ୟକ କର୍ମଚାରୀ ନ ଥିବାରୁ ଏହି କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ମାତ୍ର ୩ଜଣ କର୍ମଚାରୀରେ ଯେନତେଣ ପ୍ରକାରେ ସଖେଇ କରାଯାଉଛି। ସେହିପରି କଲୋନୀର ୧୦ହଜାର ଲୋକଙ୍କ ବିଭିନ୍ନ ସ୍ବାସ୍ଥ୍ୟଗତ ପରୀକ୍ଷା ପାଇଁ ଲ୍ୟାବ୍‌ ସୁବିଧା ଏଯାଏ ହୋଇନାହିଁ। ଜଣେ ଫାର୍ମାସିଷ୍ଟ, ଜଣେ ଏମ୍‌ଓ ଏବଂ କିଛି ଡାକ୍ତରୀ ଦଳ ସହଯୋଗରେ ଏହି ଡାକ୍ତରଖାନା ଚାଲିଛି। ଅନ୍ୟପକ୍ଷେ ଜିଲେବି ଘାଟ, ରିମ୍‌ଝିମ୍‌ ବସ୍ତିରେ ରହୁଥିବା କର୍ମଚାରୀମାନେ ଆବଶ୍ୟକ ସ୍ବାସ୍ଥ୍ୟସେବା ପାଉ ନ ଥିବା ଅଭିଯୋଗ କରିଛନ୍ତି। ଫଳରେ ସେମାନେ ବେସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଖର୍ଚ୍ଚାନ୍ତ ହେଉଥିବା କହିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଲ୍ୟାବ ଓ ଲ୍ୟାବ ଆସିଷ୍ଟାଣ୍ଟ ରହିଲେ ସମସ୍ୟାର ସମାଧାନ ହୁଅନ୍ତା ବୋଲି ଫାର୍ମାସିଷ୍ଟ ନରସିଂହ ପ୍ରସାଦ ପାଢୀ କହିଛନ୍ତି। ଏ ନେଇ ମେଡିକାଲ ଅଫିସର ଡ. ପ୍ରକାଶ କୁମାରଙ୍କୁ ପଚାରିବାରୁ ସେ କହିଥିଲେ, ରେଲଓ୍ବେ କଲୋନୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସାନିଟାଇଜ ସଫେଇ କର୍ମଚାରୀ ପଦବୀ ପୂରଣ ନିମନ୍ତେ ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଓ ଆର୍‌ଏମ୍‌ସିକୁ ବାରମ୍ବାର ଜଣାଇଛୁ। ମାତ୍ର ସମସ୍ୟାର ସମାଧାନ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri