ପ୍ରୋଭିଡେନ୍ସ (ଗୁଏନା), ୮ା୮ : ଓ୍ବେଷ୍ଟଇଣ୍ଡିଜ ଉଇକେଟକିପର-ବ୍ୟାଟର ନିକୋଲାସ ପୁରନଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରାଯାଇଛି। ସାମବାର ଭାରତ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ଦୁଇ ଉଇକେଟରେ ବିଜୟ ଲାଭ କରିଥିଲା। ଦଳକୁ ଜିତାଇବାରେ ପୂରନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। କିନ୍ତୁ ମ୍ୟାଚ ବେଳେ ସେ ଅମ୍ପାୟରିଂକୁ ସର୍ବସାଧାରଣରେ ସମାଲୋଚନା କରି ଅଡୁଆରେ ପଡ଼ିଛନ୍ତି। ଖେଳାଳି ଓ ସହକାରୀ ଷ୍ଟାଫ୍ମାନଙ୍କ ଲାଗି ଉଦ୍ଦିଷ୍ଟ ଆଇସିସି ଆଚରଣବିଧିର ଧାରା ୨.୪ର ଉଲ୍ଲଂଘନ କରିଛନ୍ତି। ଏହାଦ୍ୱାରା ସେ ଲେଭଲ-୧ ଅପରାଧ କରିଛନ୍ତି। ପୂରନ ତାଙ୍କ ଦୋଷ ସ୍ବୀକାର କରିଛନ୍ତି। ମ୍ୟାଚ ରେଫରି ରିଚି ରିଚାର୍ଡସନଙ୍କ ତାଙ୍କ ଯେଉଁ ଦଣ୍ଡବିଧାନ କରିଛନ୍ତି ତାହାକୁ ସେ ଗ୍ରହଣ କରିନେବାରୁ ଆନୁଷ୍ଠାନିକ ଶୁଣାଣିର ଆବଶ୍ୟକ ପଡ଼ି ନ ଥିଲା। ପୁରନଙ୍କ ଶୃଙ୍ଖଳାଗତ ରେକର୍ଡରେ ଗୋଟିଏ ଡିମେରିଟ୍ ପଏଣ୍ଟ ମଧ୍ୟ ଯୋଗ କରାଯାଇଛି। ୨୪ମାସ ମଧ୍ୟରେ ଏହା ହେଉଛି ତାଙ୍କର ପ୍ରଥମ ଅପରାଧ। ଭାରତ ଇନିଂସର ଚତୁର୍ଥ ଓଭରରେ ଏକ ଏଲ୍ବିଡବ୍ଲ୍ୟୁ ନିଷ୍ପତ୍ତିର ରିଭ୍ୟୁ ପରେ ଏହି ଘଟଣା ଘଟିଥିଲା। ଖେଳାଳି ଜଣକ ନଟଆଉଟ ଥିବା ସ୍ପଷ୍ଟ ଜଣାପଡୁଥିଲେ ମଧ୍ୟ ଅମ୍ପାୟର ଅଯଥା ରିଭ୍ୟୁର ସହାୟତା ନେଇଛନ୍ତି ବୋଲି ଦର୍ଶାଇ ପୁରନ ସମାଲୋଚନା କରିଥିଲେ।
ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ
ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...
ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…
ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍ଜିଏନ୍ଆର୍ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...
ସ୍ବିଫ୍ଟ କାର୍ରେ ପାର୍ଟନର୍ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ
ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...
କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
Archives


