ଭୁବନେଶ୍ୱର, ୮।୮ (ତପନ ସ୍ବାଇଁ) :କଟକ ଜିଲା ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ବାରବାଟୀ ଷ୍ଟାଡିୟମ ହର୍ଷଗେଟ୍ ପରିସରରେ ରାଜ୍ୟ ୯ ବର୍ଷରୁ କମ୍ ଚେସ୍ ପ୍ରତିଯୋଗିତା ଉଦ୍ଯାପିତ ହୋଇଛି। ଏହାର ବାଳିକା ବିଭାଗରେ କଟକର ଇ. ଦିବ୍ୟା ଓ ବାଳକରେ ଖୋର୍ଦ୍ଧାର ମନୀଷ ମିଶ୍ର ଚାମ୍ପିୟନ ହୋଇଛନ୍ତି। ବାଳିକା ବିଭାଗରେ ଅର୍ଷିୟା ସାହୁ, ଆର୍ନିକା ଦାଶ, ଶ୍ରୀଜଲ ସେନାପତି, ଜନଭି ମିଶ୍ର, ଅକ୍ଷତ ମିଶ୍ର, ସମିନା ସ୍ବାଇଁ, ପ୍ରେରଣା ପ୍ରିୟମ୍ବଦା ବେହେରା, ଅଦିତି ମହାରଣା ଓ ଆଦ୍ୟାଶ୍ରୀ ପଣ୍ଡା ପ୍ରଥମ ୧୦ ସ୍ଥାନରେ ରହିଛନ୍ତି। ସେହିପରି ବାଳକରେ ସାତ୍ତ୍ୱିକ ସ୍ବାଇଁ, ଧନୁଜ ଏ., ଗାଙ୍ଗେଶ ରାଓ ଜି., ଅଦଭିକ ଆଦିତ୍ୟ ସ୍ବାଇଁ, ଦେବପ୍ରିୟ ବିଶ୍ୱାଳ, ଶ୍ରେୟାଂଶ ଦାସ, ସତ୍ୟଜିତ ସେନାପତି, ମୃଗଙ୍କ ଶେଖର ଦାସ ଓ ଜୀତେଶ ସାମଲ ଯଥାକ୍ରମେ ୨ୟରୁ ୧୦ମ ସ୍ଥାନ ଅଧିକାର କରିଛନ୍ତି। ଏମାନଙ୍କ ବ୍ୟତୀତ ବିଭିନ୍ନ ବୟସ ବର୍ଗର କୃତୀ ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ଉଦ୍ଯାପନୀ ଉତ୍ସବରେ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ (ଡିଡବ୍ଲ୍ୟୁ ଆଣ୍ଡ ଏସ୍) ବି. ପରମେଶ୍ୱରନ ମୁଖ୍ୟଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅଲ୍ ଓଡ଼ିଶା ଚେସ୍ ଆସୋସିଏଶନ ସମ୍ପାଦକ ଦେବବ୍ରତ ଭଟ୍ଟ, ଓଡ଼ିଶା ଅଲିମ୍ପିକ୍ ଆସୋସିଏଶନ ସମ୍ପାଦକ ଅଭିଜିତ ପାଲ, ରାଜ୍ୟର ପ୍ରଥମ ଚେସ୍ ଗ୍ରାଣ୍ଡମାଷ୍ଟର ଦେବାଶିଷ ଦାସ, ଓଲିଉଡ୍ ଅଭିନେତା ତଥା ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର, କଟକ ଜିଲା ଚେସ୍ ଆସୋସିଏଶନ ସଭାପତି ବିବେକ ତିବରଓ୍ବାଲ, ସମ୍ପାଦକ ଅଜୟ କୁମାର ନାୟକ, ଯୁଗ୍ମ ସମ୍ପାଦକ ତାପସ ମହାନ୍ତି, ଆୟୋଜକ କମିଟି ଚେୟାରମ୍ୟାନ ପ୍ରଶାନ୍ତ କୁମାର, ମୁଖ୍ୟ ଆର୍ବିଟର ନୀହାର ରଞ୍ଜନ ସାସମଲ ପ୍ରମୁଖ ଉପସ୍ଥିତ ଥିଲେ।
ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…
ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...
ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…
ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...
IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍
ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...
୬ ବଲ୍ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
Archives


