ଜମି ବାଡ଼ି ଗଣ୍ଡଗୋଳକୁ ନେଇ ବଡବାପା ଝିଅଙ୍କୁ ତୀର ମାରି ଭାଇ ଗିରଫ

ପାଟଣା,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ରାଇଡିହା ପଞ୍ଚାୟତ ଜାରକାଣି ବେଡା ଗ୍ରାମର ଜଣେ ୪୧ ବର୍ଷୀୟ ବ୍ୟକ୍ତିଙ୍କୁ ସୋମବାର ପାଟଣା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜଣେ ସମ୍ପର୍କୀୟ ଭଉଣୀଙ୍କୁ ତୀର ମାରିବା ଅଭିଯୋଗରେ ଗିରଫ ହୋଇଥିବା ଜଣାପଡ଼ିଛି। ଗିରଫ ବ୍ୟକ୍ତି ଜଣକ ହେଉଛନ୍ତି ମନ ମୋହନ ମହାନ୍ତ।
ଅଭିଯୋଗ ଅନୁଯାୟୀ, ଗତ ଶନିବାର ମନ ପରିବାର ଲୋକେ ବିଲରେ ଧାନ ତଳି ପୋତୁ ଥିବା ବେଳେ ତାଙ୍କ ବଡବାପା ଝିଅ ବଉଳ ବତୀ ମହାନ୍ତ ମଧ୍ୟ ଧାନ ତଳି ପୋତୁ ଥିଲେ। ମନ ହିଡ କତି କାଟୁ ଥିବା ବେଳେ ବଉଳ ତାଙ୍କ ହିଡକୁ ବେଶୀ କାଟି ଦେଉଥିବାର ଅଭିଯୋଗ କରିଥିଲେ। ଏହାପରେ ଦୁହିଁଙ୍କ ମଧ୍ୟରେ ବଚସା ହୋଇଥିଲା। ମନ ଏଥିରେ ଉତକ୍ଷିପ୍ତ ହୋଇ ତୁ ତ ଝିଅ ପିଲାଟା ଖଡିକା ପଦାରେ ବାହା ହୋଇଛୁ ଏଠି କାହିଁକି ଆସି ଗଣ୍ଡଗୋଳ କରୁଛୁ କହି ତୋତେ ଜୀବନରୁ ମାରୀ ଦେବି କହି ଧନୁରେ ତୀର ମାରିଥିଲେ। ତେବେ ବଉଳ ଘୁଞ୍ଚି ଯିବାରୁ ମନର ଲକ୍ଷ ଚ୍ୟୁତ ହୋଇଥିଲା । ଫଳରେ ବଉଳ ଅଳ୍ପକେ ବର୍ତ୍ତୀ ଯାଇଥିଲେ। ଏ ନେଇ ସେ ସାହାରପଡା ଫାଣ୍ଡିରେ ଅଭିଯୋଗ କରିଥିଲେ। ଶନିବାରଠାରୁ ମନ ମୋହନ ଫେରାର ଥିଲେ। ସୋମବାର ସାହାରପଡା ପୋଲିସ ତାଙ୍କୁ ଗାଁରୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ପାଟଣା ଥାନାରେ ୧୩୧/୨୩ ରେ ଏକ ମାମଲା ରୁଜୁ ହୋଇଥିବା ସାହାରପଡା ଫାଣ୍ଡି ଅଧିକାରୀ ଶିବ ଶଙ୍କର ଆଲଦା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri