Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର ସାଜସଜ୍ଜାରେ ମଜିରହିପାରନ୍ତି।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତା ବଢ଼ିଯାଇପାରେ।
ମିଥୁନ
ମିଥୁନ
ପଡ଼ୋଶୀ/ଆମତ୍ୀୟସ୍ବଜନ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। ନିକଟ ସମ୍ପର୍କୀୟଙ୍କୁ ସନ୍ଦେହ କରି କୌଣସି କାମ କରିପାରିବେ ନାହିଁ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହୋଇପାରେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ପରିସ୍ଥିତିରେ କୌଣସି ଉନ୍ନତି ଦେଖାଯାଇ ନ ପାରେ। କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଧାର୍ମିକ ସ୍ଥଳ ପରିଦର୍ଶନ କରିପାରନ୍ତି।
ସି˚ହ
ସି˚ହ
ଆଜିର ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିବେ। ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ବିଭିନ୍ନ ଅସୁବିଧା ଲାଗିରହିଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ଆଜି ଦିନଟିରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବିଛା
ବିଛା
ସ୍ବାସ୍ଥ୍ୟ ବିଶେଷ ଭଲ ନ ରହିବା କାରଣରୁ ମନଟା କାହିଁକି କେମିତି କେମିତି ଲାଗିପାରେ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ପ୍ରତିଯୋଗିତାରେ ସଫଳତା ପାଇବା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧିକରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ମାତ୍ର ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଆଜିର ସନ୍ଧ୍ୟା ସମୟରେ ନିକଟ ସମ୍ପର୍କୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ମୀନମୀନ

ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri