ଗାଡ଼ି ଧକ୍କାରେ କଲରାପତରିଆ ବାଘର ମୃତ୍ୟୁ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଜାତୀୟ ରାଜପଥରେ ମଙ୍ଗଳବାର ରାତି ପ୍ରାୟ ୧ଟା ବେଳେ ଏକ ଗାଡ଼ି ଧକ୍କାରେ ଗୋଟିଏ ମାଈ କଲରାପତରିଆ ବାଘର ମୃତ୍ୟୁ ହୋଇଛି। ବାଘଟିର ବୟସ ପ୍ରାୟ ୨ବର୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି। ବୁଧବାର ଅପରାହ୍ନ ସାଢ଼େ ୪ଟାରେ ବାଘଟିକୁ ବ୍ୟବଚ୍ଛେଦ କରାଯାଇ ଲିଭର, ଫୁସ୍‌ଫୁସ୍‌, ହୃତ୍‌ପିଣ୍ଡ, ଯକୃତ ଆଦି ଅଧିକ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି। ସ୍ଥାନୀୟ ଲାଲସିଂ ନର୍ସରି ପରିସରରେ ସନ୍ଧ୍ୟାରେ ବାଘଟିକୁ ପୋଡ଼ି ଦିଆଯାଇଛି। ପ୍ରକାଶ ଯେ, ସୋମବାର ରାତି ପ୍ରାୟ ୧ଟା ସମୟରେ ଗୋଟିଏ କଲରାପତରିଆ
ବାଘ ଭଞ୍ଜନଗର ସହରଠାରୁ ପ୍ରାୟ ୧୦ କିମି ଦୂର ଭଞ୍ଜନଗର-ଫୁଲବାଣୀ ଜାତୀୟ ରାଜପଥର ବୁଦୁଲି ପାଇପ୍‌ ଫ୍ୟାକ୍ଟ୍ରି ନିକଟରେ ରାସ୍ତା ପାର ହେଉଥିଲା । ଏହି ସମୟରେ କୌଣସି ଗାଡ଼ି ବାଘକୁ ଧକ୍କା ଦେଇ ଚାଲିଯାଇଥିଲା। ବାଘଟି ରାଜପଥ ଉପରେ ପଡ଼ି ଗର୍ଜନ କରିବା ସହ ଛଟପଟ ହେଉଥିଲା । ଉକ୍ତ ରାସ୍ତାରେ ଯାଉଥିବା ଲୋକେ ଦେଖି ଡିଏଫଓ ସୁଦର୍ଶନ ବେହେରାଙ୍କୁ ଖବର ଦେଇଥିଲେ। ଏହାପରେ ଡିଏଫଓ ବେହେରା, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ କୁମର ବେହେରା, ବନପାଳ ବଂଶୀଧର ବିଷୋୟୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଆହତ ବାଘକୁ ଉଦ୍ଧାର କରି ଚିକିସତ୍ା ପାଇଁ ଭଞ୍ଜନଗର ପ୍ରାଣୀ ଚିକିସତ୍ାଳକୁ ଆଣିଥିଲେ। ବାଘର ଚିକିସତ୍ା ଚାଲିଥିବା ବେଳେ ରାତି ପ୍ରାୟ ସାଢ଼େ ୩ଟାରେ ବାଘଟିର ମୃତ୍ୟୁ ହୋଇଥିଲା। ବୁଧବାର ଅପରାହ୍ନରେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଭଞ୍ଜନଗର ତହସିଲଦାର ଅଚ୍ୟୁତାନନ୍ଦ ଜାନି, ବ୍ରହ୍ମପୁର ଡିଏଫଓ ଆର.ଆର.ପଟ୍ଟନାୟକ, ଡିଏଫଓ ସୁଦର୍ଶନ ବେହେରା, ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ, ଏସିଏଫ୍‌ ବିକ୍ରମ ଦେବ ପଟ୍ଟନାୟକ, ପ୍ରଭାକର ନାୟକ, ପୂର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଳପାଣି ଶତପଥୀ, ଅନୁପମ ବାନାର୍ଜି ପ୍ରମୁଖଙ୍କ ଉପସ୍ଥିତିରେ ବାଘର ବ୍ୟବଚ୍ଛେଦ କରାଯାଇଥିଲା । ଭଞ୍ଜନଗର ପ୍ରାଣୀ ଚିକିସତ୍ାଧିକାରୀ ଡା. ନିଶିକାନ୍ତ ବଳ, ତାରସିଂ ଭିଏଏସ୍‌ ଡା.ବିଜୟିନୀ ପଣ୍ଡା, ବେଲଗୁଣ୍ଠା ଭିଏଏସ୍‌ ଡା. ରାକେଶ ପତି ପ୍ରମୁଖ ବାଘଟିର ବ୍ୟବଚ୍ଛେଦ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗାଡ଼ିରେ ନାହିଁ ପିୟୁସି ସାର୍ଟିଫିକେଟ

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri