ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ

ଭୁବନେଶ୍ୱର,୧୦।୮(ଅସମାପିକା ସାହୁ)ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀ ଗୃହର ରୂପ ବଦଳିବ। ଛାତ୍ରୀଛାତ୍ରଙ୍କ କୋମଳ ମନରେ ଶିକ୍ଷା ପ୍ରତି ଆଗ୍ରହ, କୌତୁହଳ, ଉତ୍ସାହ ଆଣିବା ଉଦ୍ଦେଶ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏହି ବ୍ୟବସ୍ଥା କରିଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ଜିଲାର ୬ହଜାରରୁ ଊର୍ଦ୍ଧ୍ୱ ପ୍ରାଥମିକ ସ୍କୁଲର ପରିବେଶ ବଦଳିବ। ଶ୍ରେଣୀଗୃହ ପରିବେଶକୁ ଆକର୍ଷଣୀୟ କରିବା ଉଦ୍ଦେଶ୍ୟରେ ମୌଳିକ ଭିତ୍ତିଭୂମିର ରକ୍ଷଣାବେକ୍ଷଣ ଓ ମରାମତି ସୁବିଧା ଯୋଗାଇଦେବାକୁ ବିଭାଗ ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛି। ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନେ ପଢ଼ିବା, ଲେଖିବା, ଆବଶ୍ୟକ ଶିକ୍ଷଣ ଦକ୍ଷତା ହାସଲ କରିବା ଲକ୍ଷ୍ୟରେ ଶ୍ରେଣୀଗୃହ ପରିବେଶକୁ ଅନୁକୂଳ କରିବାର ପଦକ୍ଷେପ ନିଆଯାଉଛି। ଶ୍ରେଣୀଗୃହକୁ ଶିଶୁ ସୁଲଭ, ଆକର୍ଷଣୀୟ, ଆନନ୍ଦମୟ କରିବା ପାଇଁ ବିଭିନ୍ନ କାନ୍ଥଚିତ୍ର, ବିଭିନ୍ନ ଆକୃତିର ଡେସ୍କ, ଆଲମାରୀ, ଗ୍ରୀନ୍‌ ବୋର୍ଡ, ପ୍ରଦର୍ଶନ ବୋର୍ଡ, ଶୈକ୍ଷିକ ଉପକରଣ ଝୁଲାଇବା ପାଇଁ ହୁକ୍‌, ବସିବା ପାଇଁ ଦରି, ଶ୍ରେଣୀଗୃହ ମରାମତି, ବିଦ୍ୟୁତୀକରଣ ଓ ଆଲୋକୀକରଣ, ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନର ବ୍ୟବସ୍ଥା ଆଦି କରାଯିବ। ଏହା ପ୍ରାଥମିକ ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ବିକାଶରେ ଅତ୍ୟନ୍ତ ସହାୟକ ହୋଇପାରିବ। ଶିକ୍ଷାର ମୂଳଦୁଆ ହେଉଛି ପ୍ରାଥମିକ ଶିକ୍ଷା। ଏହି ମୂଳଦୁଆ ଉପରେ ଭବିଷ୍ୟତର ଉଚ୍ଚଶିକ୍ଷା ଗଢ଼ି ଉଠିଥାଏ। ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ପ୍ରଚଳନର ଉଦ୍ଦେଶ୍ୟ ହେଉଛି ଏହି ମୂଳଦୁଆକୁ ମଜଭୁତ କରିବା। ପ୍ରତ୍ୟେକ ଛାତ୍ରୀଛାତ୍ର ଯେପରି ଭାଷା ଓ ଗାଣିତିକ ଜ୍ଞାନରେ ପାରଦର୍ଶୀ ହୋଇପାରିବେ ସେଥିପ୍ରତି ଲକ୍ଷ୍ୟ ସ୍ଥିର ହୋଇଛି। ଲକ୍ଷ୍ୟ ହାସଲ ପାଇଁ ସ୍ବତନ୍ତ୍ର ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତି, ଚିତ୍ତାକର୍ଷକ ଶିକ୍ଷଣ ସାମଗ୍ରୀ (ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ), ଶିକ୍ଷକ ଦକ୍ଷତା ବିକାଶ, ମୂଲ୍ୟାଙ୍କନ ଶୈଳୀ ଇତ୍ୟାଦି ପର୍ଯ୍ୟାୟକ୍ରମେ ବିକାଶ କରାଯାଇଛି। ଛାତ୍ରୀଛାତ୍ର ଅନୁକୂଳ ଶ୍ରେଣୀଗୃହ ନିର୍ମାଣ ପୂର୍ବରୁ ପାଇଲଟ୍‌ ପ୍ରକଳ୍ପ ଭାବେ ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରହଣ କରାଯାଇଥିଲା। ଏହି ପ୍ରାଥମିକ ବିଦ୍ୟାଳୟରେ ବିକଶିତ ହୋଇଥିବା ଶ୍ରେଣୀଗୃହକୁ ସମସ୍ତ ବୈଷୟିକ ଶିକ୍ଷକ ଓ ବରିଷ୍ଠ ଶିକ୍ଷକ ପରିଦର୍ଶନ କରି ତାଲିମ ନେଇଛନ୍ତି। ଏହି ବିଦ୍ୟାଳୟରେ ସମସ୍ତ ସୁବିଧା ସୁଯୋଗ କରିବା ପରେ ଛାତ୍ରୀଛାତ୍ରଙ୍କ ଭିତରେ ଆକାଂକ୍ଷିତ ଶୈକ୍ଷିକ ବିକାଶ ହେଉଥିବା ଲକ୍ଷ୍ୟ କରାଯାଇଛି। ପରେ ସମାନ ଢାଞ୍ଚାରେ ଶ୍ରେଣୀଗୃହ ପ୍ରସ୍ତୁତି କରିବା ପାଇଁ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri