ଜଣେ ଶିକ୍ଷକରେ ଚାଲିଛି ଉଚ୍ଚବିଦ୍ୟାଳୟ

ନାକଟିଦେଉଳ,୧୦ା୮(ବୈକୁଣ୍ଠ ନାଥ ସାହୁ): ଜଣେମାତ୍ର ଶିକ୍ଷକରେ ଚାଲିଛି ନାକଟିଦେଉଳ ବ୍ଲକ ଶିମିଳିପାଳ ପଞ୍ଚାୟତ କାଦୋବାହାଳ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୯ମ ଓ ୧୦ମ ଶ୍ରେଣୀରେ ମୋଟ ୬୧ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଦୀର୍ଘ ୭ବର୍ଷ ହେଲା ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଚଳିତବର୍ଷ ୨ଜଣ ଶିକ୍ଷକ ଅବସର ଗ୍ରହଣ କରିବା ପରେ ବର୍ତ୍ତମାନ ଜଣେ ମାତ୍ର ଶିକ୍ଷକ (ହିନ୍ଦୀ ବିଷୟ) ଅଛନ୍ତି। ଏହାସହିତ ଜଣେ ଖେଳ ଶିକ୍ଷକ ଓ ଜଣେ କିରାଣି ଅଛନ୍ତି। ୩ଜଣ ପିଅନ ପଦବୀ ଥିଲେ ମଧ୍ୟ ଜଣେ ହେଲେ ନାହାନ୍ତି। ଏଠାରେ ୫ଜଣ ଟିଜିଟି ଶିକ୍ଷକଙ୍କ ଆବଶ୍ୟକତା ଥିବାବେଳେ ଗୋଟିଏ ହେଲେ ପଦବୀ ପୂରଣ ହୋଇପାରି ନାହଁି। ଫଳରେ ପାଠପଢା କ୍ଷେତ୍ରରେ ଘୋର ବ୍ୟାଘାତ ସୃଷ୍ଟି ହୋଇଛି।

ସମ୍ପ୍ରତି ଉଚ୍ଚବିଦ୍ୟାଳୟର ଭିିତ୍ତିଭୂମିର ବିକାଶ କରି ଏକ ଅତ୍ୟାଧୁନିକ ପରିବେଶ ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ଦେବାର ଲକ୍ଷ୍ୟରଖି ରାଜ୍ୟ ସରକାର ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରଣ କରୁଛନ୍ତି। ଏ କ୍ଷେତ୍ରରେ ସରକାର ବହୁ ଅର୍ଥ ବ୍ୟୟ କରୁଛନ୍ତି। ହେଲେ ଏଠାରେ ଶିକ୍ଷକ ସମସ୍ୟା ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ଆଉ କିଛିମାସ ପରେ ମାଟ୍ରିକ ପରୀକ୍ଷା ହେବାକୁ ରହିଥିବାବେଳେ କିଭଳି ପାଠପଢି ପ୍ରସ୍ତୁତ କରିବେ ସେ ନେଇ ଛାତ୍ରୀଛାତ୍ର ଦ୍ୱନ୍ଦ୍ୱରେ ଅଛନ୍ତି। ଏହି ସମସ୍ୟା ନେଇ ବିଦ୍ୟାଳୟ ପରିଚାଳନା କମିଟି, ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ଓ ଅଭିଭାବକ ସମ୍ବଲପୁର ଜିଲାପାଳ, ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତାକାରେ ଜଣାଇଥିଲେ ସୁଦ୍ଧା ସୁଫଳ ମିଳି ନ ଥିବା ଅଭିଭାବକମାନେ ପ୍ରକାଶ କରିଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଅଭିଭାବକ ତଥା ଗ୍ରାମବାସୀ ବିଦ୍ୟାଳୟ ଫାଟକରେ ତାଲା ପକାଇ ରାଜରାସ୍ତାରେ ଆନ୍ଦୋଳନ କରିବାକୁ ବାଧ୍ୟ ହେବେ ବୋଲି ପରିଚାଳନା କମିଟି ସଭାପତି ଜିତେନ୍ଦ୍ରିୟ ପ୍ରଧାନ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri