‘ସମବାୟ ବିଭାଗର ପ୍ରତି ସଭାସମିତିରେ କରାଯିବ ବୃକ୍ଷରୋପଣ’

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ଜଳବାୟୁ ପରିବର୍ତ୍ତନରୁ ପରିବେଶ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ମୁକାବିଲା କରିବା ପାଇଁ ପ୍ରତିଟି ସ୍ତରରେ ପ୍ରତିବଦ୍ଧତାର ସହ ପ୍ରୟାସ ଆରମ୍ଭ ସ୍ବରୂପ ସରକାରୀ ବିଭାଗରେ ଏକ ବୃକ୍ଷ ଚାରାରେ ଜଳଦାନ ସହ ସଭା ଓ ଉତ୍ସବର ଶୁଭାରମ୍ଭ ଭଳି ଅଭିନବ ପଦକ୍ଷେପ ନିଆଯାଇଛି।
କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗରେ ଏହା କାର୍ଯ୍ୟକାରୀ ହେବ। ପରେ ସମବାୟ ବିଭାଗରେ କାର୍ଯ୍ୟକାରୀ କରିବାକୁ ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ବିଭାଗର ସମସ୍ତ ଅଧିକାରୀଙ୍କୁ ପତ୍ର ଲେଖିଛନ୍ତି।
ପରିବେଶ ସୁରକ୍ଷା ପ୍ରତି ଆମର ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ଉଲ୍ଲେଖ କରି ଅନ୍ୟମାନଙ୍କୁ ପ୍ରୋତ୍ସାହିତ କରିବାକୁ ଏଭଳି ଏକ ପ୍ରୟାସ ନିମନ୍ତେ ସେ ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି, ବିଭାଗ ତରଫରୁ ହେଉଥିବା ସଭା ସମିତି, ମେଳା ଓ ମହୋତ୍ସବ ଆଦି କ୍ଷେତ୍ରରେ ପ୍ରାରମ୍ଭରେ କୁଣ୍ଡରେ ରଖାଯାଇଥିବା ଏକ ବୃକ୍ଷ ଚାରାରେ ଜଳଦାନ କରି ଏହାର ଶୁଭାରମ୍ଭ କରାଯିବ। ଚାରାରେ ଜଳଦାନ ସହ ସଭା ବା ଉତ୍ସବ ଶୁଭାରମ୍ଭ ହେଲା ପରେ ଯେତେବେଳେ କାର୍ଯ୍ୟକ୍ରମ ଶେଷ ହେଉଛି ସେତେବେଳେ ସେହି ବୃକ୍ଷ ଚାରାଟିକୁ ବିଭାଗର ଯେକୌଣସି ସ୍ଥାନରେ ଲଗାଇ ଦେବାକୁ ମଧ୍ୟ ସେ ଅନୁରୋଧ କରିଛନ୍ତି। ଏପରିକି ବିଭାଗରୁ ଅବସର ନେଉଥିବା ଜଣେ କର୍ମଚାରୀଙ୍କ ଦ୍ବାରା ଏହାକୁ ଲଗାଇବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ,...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri