ସିଏମ୍‌ସିର ପ୍ରଥମ ମେୟର ନିବେଦିତା ପ୍ରଧାନଙ୍କ ପରଲୋକ

କଟକ,୧୧ା୮ (କାର୍ତ୍ତିକ ସାହୁ):କଟକ ମହାନଗର ନିଗମ(ସିଏମ୍‌ସି)ର ପ୍ରଥମ ମେୟର, ପୂର୍ବତନ ବିଧାୟିକା ତଥା ଭାଜପା ନେତ୍ରୀ ସୁଶ୍ରୀ ନିବେଦିତା ପ୍ରଧାନ(୬୦)ଙ୍କର ଗୁରୁବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥାଇ କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସିତ ହେଉଥିଲେ। ସେ ନିମୋନିଆ ଏବଂ ସେପ୍ଟିସେମିୟା ରୋଗରେ ପୀଡ଼ିତ ଥିଲେ। ତାଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ମାତାମଠ, ମଣିସାହୁ ଛକ, ବକ୍ସିବଜାର, ଦରଘା ବଜାର, ଚୌଧୁରୀବଜାର ଦେଇ ସିଏମ୍‌ସି କାର୍ଯ୍ୟାଳୟ, ଝୋଲାସାହି, ନିମସାହି, ସେମିନାରୀ ଛକ, ହରିପୁର, ଦୋଳମୁଣ୍ଡାଇ, ସଙ୍ଗମ ଟକିଜ୍‌ ନିକଟସ୍ଥ ବାସଭବନକୁ ନିଆଯାଇଥିଲା। ସେଠାରୁ ଦୋଳମୁଣ୍ଡାଇ ଓ ବାଦାମବାଡ଼ି ଛକ ଦେଇ ଖାନ୍‌ନଗର ଶ୍ମଶାନକୁ ନିଆଯାଇଥିଲା। ସେଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଭାଇ ସତ୍ୟରଞ୍ଜନ ପ୍ରଧାନ ମୁଖାଗ୍ନି ଦେଇଥିଲେ। ମୃତ୍ୟୁଶଯ୍ୟା ନିକଟରେ ପରିବାର ସଦସ୍ୟ, ଆତ୍ମୀୟ ସ୍ବଜନଙ୍କ ସମେତ ବହୁ ଭାଜପା କର୍ମକର୍ତ୍ତା, ସ୍ଥାନୀୟ ମୁରବୀ ଓ ଲୋକପ୍ରତିନିଧି ଉପସ୍ଥିତ ଥିଲେ। ଭାଜପା କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
୧୯୬୩ ଜୁଲାଇ ୭ରେ କଟକ ହରିପୁର ଅଞ୍ଚଳରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପା କେନ୍ଦ୍ରାପଡ଼ାରେ ଚାକିରି କରୁଥିବାରୁ ସେଠାରେ ସେ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷାଲାଭ କରିଥିଲେ। ଏହାପରେ କଟକରେ ବ୍ୟବସାୟ ସହିତ ସକ୍ରିୟ ରାଜନୀତିରେ ଅଂଶଗ୍ରହଣ କରିଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ କଟକ ସଦର ବିଧାୟିକା ଭାବେ କାର୍ଯ୍ୟ କରିଥିଲେ। ବିଧାୟିକା ପଦବୀରେ ଥାଇ ସେ ୨୦୦୩ରୁ ୨୦୦୮ ପର୍ଯ୍ୟନ୍ତ ସିଏମ୍‌ସି ମେୟର ଭାବେ କାର୍ଯ୍ୟ କରିଥିଲେ। ଆଜୀବନ ଅବିବାହିତ ଥିବା ଏହି ଦକ୍ଷ ନେତ୍ରୀ କୁନି ଅପା ଭାବେ ସମସ୍ତଙ୍କର ପ୍ରିୟଭାଜନ ହୋଇପାରିଥିଲେ। ତାଙ୍କର ପରିବାରରେ ଭଉଣୀ ସସ୍ମିତା ପ୍ରଧାନ, ମଧୁସ୍ମିତା ପ୍ରଧାନ ଓ ଭାଇ ସତ୍ୟରଞ୍ଜନ ପ୍ରଧାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri