Posted inଖେଳ

ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ଆରମ୍ଭ

ଭୁବନେଶ୍ୱର, ୬।୮(କ୍ରୀଡ଼ା ପ୍ରତନିଧି)-
ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୦ତମ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ସୋମବାର ଆରମ୍ଭ ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମଖ୍ୟ ଅତିଥିଭାବେ ଯୋଗଦେଇ ୟୁନିଟ-୬ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଛନ୍ତି। ଅନୁଗୋଳ-ସୁକିନ୍ଦା ରେଲଓ୍ବେର ପରିଚାଳନା ନିର୍ଦ୍ଦେଶକ ଦିଲୀପ ସାମନ୍ତରାୟ ଓ ୬ ନମ୍ବର ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଧୁସୂଦନ ମଲିକ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ଆୟୋଜକ ଆସୋସିଏଶନର ସଭାପତି ତପନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ସମ୍ପାଦକ ଦିଲୀପ ଦାସ ଏହି ଟୁର୍ନାମେଣ୍ଟର ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ସ୍କଲ ସ୍ତରର ଫୁଟବଲ ପ୍ରତିଭାର ବିକାଶ ନିମନ୍ତେ ଏହି ଟୁର୍ନାମେଣ୍ଟ ଉଦ୍ଦିଷ୍ଟ ବୋଲି ସେ କହିଥିଲେ। ୟୁନିଟ-୬ ବାଳକ ଉଚ୍ଚ ବିଦ୍ୟାଳୟ ଓ ପଳାଶୁଣୀ ଉନ୍ନୀତ ବିଦ୍ୟାଳୟ ମଧ୍ୟରେ ଅନୁଷ୍ଠିତ ଉଦ୍‌ଘାଟନୀ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଥିଲା। ଆକର୍ଷଣୀୟ ପ୍ରଦର୍ଶନ ପାଇଁ ୟୁନିଟ-୬ ବାଳକ ଉଚ୍ଚ ବିଦ୍ୟାଳୟ ଗୋଲକିପର ଶିବ ବେହେରା ମ୍ୟାନ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟରଞ୍ଜନ ପରିଜା ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ମଙ୍ଗଳବାର କିସ୍‌ ଓ ୟୁନିଟ-୨ ସରକାରୀ ହାଇସ୍କୁଲ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri