Posted inରାଜ୍ୟ

ଡେଙ୍ଗୁ ସଂକ୍ରମଣରେ ଲାଗୁନି ରୋକ

ଭୁବନେଶ୍ୱର,୧୪।୮(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବଢିଚାଲିଛି। ୧୧ ତାରିଖ ସୁଦ୍ଧା ରାଜ୍ୟରେ ୨୮ ହଜାର ୯୫୩ ନମୁନା ପରୀକ୍ଷା କରାଯାଇଥିବାବେଳେ ୧୬୭୦ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲା ଡେଙ୍ଗୁର ହଟସ୍ପଟ୍‌ ପାଲଟିଥିବାବେଳେ ଅଧିକାଂଶ ଡେଙ୍ଗୁ ରୋଗୀ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରୁ ରହିଛନ୍ତି। ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ହସ୍ପିଟାଲ ଉପରେ ଚାପ ପଡୁଥିବା ମଧ୍ୟ ଦେଖିବାକୁ ମିଳୁଛି। ତେବେ ଗତବର୍ଷ ଅପେକ୍ଷା ଚଳିତବର୍ଷ ଉଭୟ ପରୀକ୍ଷଣ ଓ ନିରାକରଣ କ୍ଷେତ୍ରରେ ଅଧିକ ପଦକ୍ଷେପ ନିଆଯାଇଥିଲେ ମଧ୍ୟ ସଂକ୍ରମଣ ରୋକିବାରେ ଫେଲ୍‌ ମାରୁଛି ସ୍ବାସ୍ଥ୍ୟ ବିଭାଗ।
ବିଭାଗୀୟ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ଡେଙ୍ଗୁ ସଂକ୍ରମଣରୁ ସର୍ବାଧିକ ୭୦ ପ୍ରତିଶତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଥିବାବେଳେ ସେଥିରୁ ୯୦ ପ୍ରତିଶତ ରୋଗୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ରହିଛନ୍ତି। ଗତ ୧୦ଦିନ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮୧ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ। ଅଧିକାଂଶ ଡେଙ୍ଗୁ ରୋଗୀ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ସହରରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ବର୍ତ୍ତମାନ ହସ୍ପିଟାଲ ଉପରେ ଚାପ ବଢିବାରେ ଲାଗିଛି। ଏପରିକି ଡେଙ୍ଗୁ ରୋଗୀ ବେଡ୍‌ ବଦଳରେ ତଳେ ଶୋଇବାକୁ ପଡୁଥିବା ଦେଖିବାକୁ ମିଳୁଛି। ତେବେ ମୌସୁମୀ ଆରମ୍ଭରୁ ବିଭାଗ ପକ୍ଷରୁ ଡେଙ୍ଗୁ ନିରାକରଣ ନିମନ୍ତେ ରାଜ୍ୟର ୫ ମହାନଗର ନିଗମ ସହିତ ବୈଠକ ଓ ସବୁ ଜିଲାର ସିଡିଏମ୍‌ଓଙ୍କ ସହ ସମୀକ୍ଷା କରାଯାଇ ବ୍ୟାପକ ସଚେତନତା ଓ ପଦକ୍ଷେପ ଗ୍ରହଣ କରାଯାଇଥିଲେ ମଧ୍ୟ ଡେଙ୍ଗୁ ଉପରେ ଅଙ୍କୁଶ ଲାଗିପାରୁନାହିଁ।
ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ରାଜ୍ୟରେ ଡେଙ୍ଗୁରେ ଅଧିକ ରୋଗୀ ଆରୋଗ୍ୟ ଲାଭ କରୁଥିବାବେଳେ କାହାର ମୃତ୍ୟୁ ହୋଇନାହିଁ। ଲୋକମାନେ ଅଧିକ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ଜିଲା ଚିକିତ୍ସାଳୟରେ ଅଧିକ ସଂଖ୍ୟକ ଡେଙ୍ଗୁ ବେଡ୍‌ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ଅଧୀକ୍ଷକ ଡାକ୍ତର ଦିଲୀପ ପଣ୍ଡା କହିଛନ୍ତି, ରାଜଧାନୀରେ ଅଧିକାଂଶ ଡେଙ୍ଗୁ ରୋଗୀ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏହାଦ୍ୱାରା ହସ୍ପଟାଲ ଉପରେ ଚାପ ରହୁଛି। ଅଗଷ୍ଟ ୫ରୁ ୧୧ ମଧ୍ୟରେ ଏହି ହସ୍ପିଟାଲରେ ୨ ହଜାର ୪୦୫ ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ୪୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ହସ୍ପିଟାଲରେ ଦୈନିକ ୧୦ରୁ ୧୨ ଜଣ ଡେଙ୍ଗୁ ରୋଗୀ ଆଡମିଶନ ହେଉଥିବାବେଳେ ଏବେ ୪୨ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ଲୋକେ ସଚେତନ ନ ହେଲେ ଆଗକୁ ସଂଖ୍ୟା ବଢିପାରେ ବୋଲି ସେ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri