ମହିଳାଙ୍କୁ ବଳାତ୍କାର ଉଦ୍ୟମ ମାମଲାଜେଲ ଗଲେ ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀ

ଛତ୍ରପୁର/ଗଞ୍ଜାମ, ୬ା୮(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାକତ୍ାର ଉଦ୍ୟମ କରିବା ଘଟଣାର ଅଭିଯୁକ୍ତ ତଥା ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୁର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସୋମବାର ଜେଲ ଯାଇଛନ୍ତି ା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୋମବାର ପୂର୍ବାହ୍ନରେ ସଞ୍ଜୟ ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ଆମତ୍ସମର୍ପଣ କରିଥିଲେ। ଜାମିନ୍‌ ପାଇଁ ତାଙ୍କ ଓକିଲ ଛତ୍ରପୁର ଏସଡିଜେଏମ୍‌ କୋର୍ଟରେ ଆବେଦନ ପିଟିଶନ୍‌ ଦାଖଲ କରିଥିଲେ। ଏହି ଆବେଦନର ଶୁଣାଣି କରି ଏସଡିଜେଏମ୍‌ ଏହାକୁ ଖାରଜ କରିଥିଲୋ ଏହାପରେ ଜାମିନ୍‌ ଆବେଦନ ପିଟିଶନ ସଞ୍ଜୟଙ୍କ ଓକିଲ ଛତ୍ରପୁର ଏଡିଜେ କୋର୍ଟରେ ଦାଖଲ କରିଥିଲେ ା ଏଡିଜେ କୋର୍ଟ ମଧ୍ୟ ଉକ୍ତ ଆବେଦନକୁ ଖାରଜ କରିବାରୁ ସଞ୍ଜୟଙ୍କୁ ଛତ୍ରପୁର ସବଜେଲ୍‌କୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ମେ ୨୫ ତାରିଖରେ କାମ ଦେବା ନାଁରେ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ତକତ୍ାଳୀନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ ବଳାକତ୍ାର ଉଦ୍ୟମ କରିଥିବା ନେଇ ମହିଳା ଜଣକ ଗଞ୍ଜାମ ଥାନାରେ ଏତଲା ଦେଇଥିଲେ ା ଏହାକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୪୨/୧୯) ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri