Posted inଜାତୀୟ

ଦାଦା-ପୁତୁରା ସାକ୍ଷାତକୁ ନେଇ ରାଜ ଠାକରେଙ୍କ ପ୍ରତିକ୍ରିୟା: ଗୋଟିଏ ଟିମ୍‌ ପୂର୍ବରୁ ପଠାଯାଇଛି କିନ୍ତୁ ଅନ୍ୟ ଏକ ଟିମ୍‌ ଖୁବ୍‌ଶୀଘ୍ର ଯିବ

ନୂଆଦିଲ୍ଲୀ,୧୪।୮: ଏନସିପି ମୁଖ୍ୟ ଅଜିତ ପାୱାର ଏବଂ ଶରଦ ପାୱାରଙ୍କ ଗୁପ୍ତ ବୈଠକ ପରେ ମହା ବିକାଶ ଅଗାଡିରେ ଅସନ୍ତୋଷ ଦେଖାଦେଇଛି। ଉଭୟ ପାୱାରଙ୍କ ସାକ୍ଷାତ ପରେ ଅନେକ ରାଜନୈତିକ ଚର୍ଚ୍ଚା ହେଉଛି। ଏ ନେଇ ଏମଏନଏସ ସଭାପତି ରାଜ ଠାକରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ରାଜ ଠାକରେ କହିଛନ୍ତି ଯେ, ଗୋଟିଏ ଟିମ୍‌ ପୂର୍ବରୁ ପଠାଯାଇଛି ଏବଂ ଅନ୍ୟ ଏକ ଟିମ୍‌୍‌ ଖୁବ୍‌ଶୀଘ୍ର ଯିବ। ସେମାନଙ୍କ ଭିତରେ ସବୁ ଠିକ୍‌ ଅଛି। ଏସବୁ ୨୦୧୪ରୁ ଚାଲି ଆସୁଛି। କିନ୍ତୁ ଅଜିତ ପାୱାରଙ୍କୁ ଭେଟିବା ପରେ ଶରଦ ପାୱାର ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ଦଳ ଭାଜପା ସହ ଯିବ ନାହିଁ ଯଦିଓ କିଛି ଲୋକ ତାଙ୍କୁ ମନାଇବା ପାଇଁ ଚେଷ୍ଟା କରୁଛନ୍ତି।
ରାଜନୀତିରେ ବର୍ତ୍ତମାନର ଅରାଜକତାକୁ ଦୃଷ୍ଟିରେ ରଖି ମ୍ୟୁନିସିପାଲିଟି ନିର୍ବାଚନ ଅନୁଷ୍ଠିତ ହେବ ନାହିଁ ବୋଲି ଏମଏନଏସ ସଭାପତି ରାଜ ଠାକରେ କହିଛନ୍ତି। ଏହା ସହିତ ରାଜ ଠାକରେ ନିଜ ଦଳୀୟ କର୍ମୀମାନଙ୍କୁ ଲୋକ ସଭା ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହାପୂର୍ବରୁ ପୁଣେରେ ଶରଦ ପାୱାର ଏବଂ ଏନସିପିର ବିଦ୍ରୋହୀ ଦଳର ନେତା ଅଜିତ ପାୱାରଙ୍କ ମଧ୍ୟରେ ହୋଇଥିବା ସାକ୍ଷାତ ମହାରାଷ୍ଟ୍ରରେ ରାଜନୀତି ସରଗରମ ହୋଇଥିଲା। ସୂଚନାନୁସାରେ, ଶନିବାର ପୁଣେରେ ଜଣେ ବ୍ୟବସାୟୀଙ୍କ ବାସଭବନରେ ଶରଦ ପାୱାର ଏବଂ ଅଜିତ ପାୱାରଙ୍କୁ ଭେଟିଥିଲେ। ଏହାପୂର୍ବରୁ ଗତ ମାସରେ ମହାରାଷ୍ଟ୍ରରେ ଅଜିତ ପାୱାର ଶରଦ ପାୱାରଙ୍କ ବିରୋଧରେ ବିଦ୍ରୋହ କରିଥିଲେ। ସେ ଶିବସେନା-ଭାଜପା ସରକାରରେ ଯୋଗଦେବାକୁ ନିଷ୍ପତ୍ତି ନେଇଥିଲେ ଏବଂ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଅଜିତ ପାୱାରଙ୍କ ସହ ତାଙ୍କୁ ସମର୍ଥନ କରୁଥିବା ଆଠ ଜଣ ଏନସିପି ବିଧାୟକ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri