Posted inଜାତୀୟ

ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ଚାର୍‌ଧାମ ଯାତ୍ରା ସ୍ଥଗିତ

ଡେରାଡୁନ୍‌,୧୪।୮: ଉତ୍ତରାଖଣ୍ଡରେ ସୋମବାର ଲଗାଣ ବର୍ଷା ଯୋଗୁ ବହୁ ବିଲ୍ଡିଂ ଧ୍ୱଂସ ହେବା ସହ ଭୂସ୍ଖଳନ ଯୋଗୁ ବଦ୍ରିନାଥ, କେଦାରନାଥ ଏବଂ ଗଙ୍ଗୋତ୍ରୀକୁ ଯାଇଥିବା ଜାତୀୟ ରାଜପଥଗୁଡ଼ିକ ଅବରୋଧ ହୋଇଛି। ଫଳରେ ଚାର୍‌ଧାମ ଯାତ୍ରାକୁ ୨ ଦିନ ପାଇଁ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ବର୍ଷା ସ୍ଥିତିର ସମୀକ୍ଷା କରିଛନ୍ତି। ବର୍ଷା ବିତ୍ପାତରେ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୫ ଜଣ ନିଖୋଜ ଅଛନ୍ତି। ଲଗାଣ ବର୍ଷାରେ ଡେରାଡୁନ୍‌ ଉପକଣ୍ଠରେ ଥିବା ଏଖ ଘରୋଇ ପ୍ରତିରକ୍ଷା ଟ୍ରେନିଂ ଏକାଡେମୀ ଭୁଶୁଡ଼ି ପଡ଼ିଛି। କେଦାରନାଥ ନିକଟରେ ଥିବା ଲିନଚୋଲିରେ ଭୂସ୍ଖଳନ ଯୋଗୁ ନେପାଳର ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ରୁଦ୍ରପ୍ରୟାଗ ଜିଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ କହିଛନ୍ତି। ଋଷିକେଶର ଶିବମନ୍ଦିର ଏବଂ ମିରାନଗର ନିକଟରେ ପାଣିସୁଅରେ ଭାସିଯାଉଥିବା ୨ ମୃତଦେହ ମିଳିଛି। ସେହିପରି ପୌରି ଜିଲାର ଲକ୍ଷ୍ମଣଝୁଲା ଅଞ୍ଚଳରେ ଭୂସ୍ଖଳନ ଯୋଗୁ ୫ ଜଣଙ୍କ ପତ୍ତା ମିଳୁନାହିଁ। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଥିବା ପୌରି ଏସ୍‌ଏସ୍‌ପି ଶ୍ୱେତା ଚୌବେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri