Posted inଜାତୀୟ

ସିଜେଆଇଙ୍କ ଉପରେ ସୋସିଆଲ ମିଡିଆରେ ମିଥ୍ୟା ପୋଷ୍ଟ ପ୍ରେସ୍‌ ନୋଟ୍‌ ଜାରି କଲା ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଫାଇଲ ଫଟୋ ଏବଂ ତାଙ୍କର ନାଁରେ ଏକ ମିଛ ବିବୃତିକୁ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି। ଏଥିରେ ଲେଖାଅଛି, ‘ଭାରତର ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁରକ୍ଷା ଦେବା ପାଇଁ ଆମେ ସବୁପ୍ରକାର ଉଦ୍ୟମ ଚଳାଇଛୁ। ତଥାପି ଆପଣମାନଙ୍କ ସହଯୋଗ ମଧ୍ୟ ଏଥିପାଇଁ ଅତି ଗୁରୁତ୍ୱପୂର୍ଣ୍ଣ। ଜନସାଧାରଣ ଏକାଠି ହୋଇ ରାସ୍ତାକୁ ଓହ୍ଲାନ୍ତୁ ଏବଂ ସେମାନଙ୍କ ଅଧିକାର ପାଇଁ ସରକାରଙ୍କୁ ପ୍ରଶ୍ନ କରନ୍ତୁ। ଏକଚ୍ଛତ୍ରବାଦୀ ସରକାର ଲୋକଙ୍କୁ ଭୟଭୀତ କରିବେ, ଧମକ ଦେବେ; କିନ୍ତୁ ଏଥିରେ ଆପଣମାନେ ଭୟଭୀତ ହୁଅନ୍ତୁ ନାହିଁ। ସାହସ ରଖି ସରକାରଙ୍କୁ ଉତ୍ତର ମାଗନ୍ତୁ, ମୁଁ ଆପଣମାନଙ୍କ ସହ ରହିଛି।’
ସର୍ବୋଚ୍ଚ ଅଦାଲତ ସୋମବାର ଏକ ପ୍ରେସ୍‌ ନୋଟ୍‌ ଜାରି କରି କହିଛନ୍ତି, ସିଜେଆଇଙ୍କ ଦ୍ୱାରା ଏଭଳି ପୋଷ୍ଟ ଜାରି ହୋଇନାହିଁ କିମ୍ବା ଏଭଳି କୌଣସି ପୋଷ୍ଟ କରିବା ପାଇଁ ସେ କାହାକୁ ଅଧିକାର ଦେଇନାହାନ୍ତି। ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବା ପାଇଁ ଏକ ସୋସିଆଲ ମିଡିଆ ପୋଷ୍ଟରେ ଜନସାଧାଣଙ୍କୁ ଆହ୍ବାନ ଦିଆଯାଇଥିବା ସୁପ୍ରିମକୋର୍ଟଙ୍କ ନଜରକୁ ଆସିଛି, ଯେଉଁଥିରେ ସିଜେଆଇଙ୍କ ଫଟୋ ଓ ମିଛ ମନ୍ତବ୍ୟକୁ ବ୍ୟବହାର କରାଯାଇଛି। ଏହି ପୋଷ୍ଟ ମିଥ୍ୟା, ମନ୍ଦ ଉଦ୍ଦେଶ୍ୟଯୁକ୍ତ ଏବଂ କୌତୂହଳପ୍ରଦ ବୋଲି ସୁପ୍ରିମକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri