ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ୧୬ରୁ ୨୮ ପର୍ଯ୍ୟନ୍ତ ଆବେଦନ

ଭୁବନେଶ୍ୱର, ୧୪।୮(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୧୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ରାଜ୍ୟରେ ୧,୩୪,୧୨୬ଟି ସିଟ୍‌ ବଳକା ପଡ଼ିଛି। ଗତ ୧ ତାରିଖରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ବି ଆରମ୍ଭ ହୋଇଛି। କିନ୍ତୁ ସିଟ୍‌ ପୂରଣ ହୋଇ ନ ଥିବାରୁ ଏବେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା କରିବାକୁ ବିଭାଗ ନିଷ୍ପତ୍ତି ନେଇଛି। ଏଥିପାଇଁ ୧୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୮ ତାରିଖ ରାତି ୧୧ଟା ୫୫ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୪ ପୂର୍ବାହ୍ନ ୧୧ଟା ୩୦ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ। ୫ ତାରିଖ ସକାଳ ୯ଟାରୁ ୭ ତାରିଖ ଅପରାହ୍ନ ୫ଟା ଭିତରେ ମନୋନୀତ ଛାତ୍ରୀଛାତ୍ର ନାମ ଲେଖାଇବେ। ୧୨ତାରିଖ ପୂର୍ବାହ୍ନ ୧୧ଟା ୩୦ରେ ସ୍ପଟ୍‌ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ। ଏଥିରେ ଚୟନ ହୋଇଥିବା ଛାତ୍ରୀଛାତ୍ର ୧ରୁ ୧୪ ତାରିଖ ସନ୍ଧ୍ୟା ଭିତରେ ନାମ ଲେଖାଇବେ।
ସୂଚନାଯୋଗ୍ୟ, ରାଜ୍ୟରେ ୨,୧୭୭ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ପାଇଁ ମୋଟ ୫,୧୩,୩୨୧ ସିଟ୍‌ ରହିଛି। ସେଥିମଧ୍ୟରୁ ୩,୭୯,୧୯୫ଟି ସିଟ୍‌ ପୂରଣ ହୋଇଥିବା ବେଳେ ୧,୩୪,୧୨୬ଟି ସିଟ୍‌ ଖାଲି ପଡ଼ିଛି। ଏଥିରୁ କଳା ବିଭାଗରେ ୪୯,୫୧୨ ସିଟ୍‌, ବିଜ୍ଞାନରେ ୫୫,୮୬୨, ବାଣିଜ୍ୟରେ ୧୬,୪୩୩, ସଂସ୍କୃତରେ ୬,୨୯୯ ଏବଂ ଧନ୍ଦାମୂଳକ ଶିକ୍ଷାରେ ୬,୦୨୦ଟି ସିଟ୍‌ ବଳକା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri